ଭୁବନେଶ୍ୱର: ଆଗାମୀ ଦିନ ପାଇଁ ପାଣିପାଗ ସ୍ଥିତି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ମଧ୍ୟାହ୍ନ/ସନ୍ଧ୍ୟା ସମୟରେ ରାଜ୍ୟର ଅନେକ ସ୍ଥାନରେ ପ୍ରବଳ ବର୍ଷା, ଘଡ଼ଘଡ଼ି ସହ କାଳବୈଶାଖୀର ସମ୍ଭାବନା ରହିଛି । ତେଣୁ ବିଭିନ୍ନ ଜିଲ୍ଲାକୁ ଏହି ସମୟରେ ସତର୍କ ରହିବାକୁ ପରାମର୍ଶ ଦେଇଛି ପାଣିପାଗ କେନ୍ଦ୍ର ।