21.1 C
Bhubaneswar
Monday, December 8, 2025
Homeଓଡିଶାଆସନ୍ତା ୨୪ଘଣ୍ଟାରେ ପ୍ରବଳ ବର୍ଷା

ଆସନ୍ତା ୨୪ଘଣ୍ଟାରେ ପ୍ରବଳ ବର୍ଷା

ଭୁବନେଶ୍ୱର: ଉତ୍ତର ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ ଉପକୂଳ ଓ ତତସଲଗ୍ନ ବାଂଲାଦେଶ ଉପକୂଳ ଅଞ୍ଚଳରେ ଆଜି ସକାଳେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହି ଲଘୁଚାପ କ୍ଷେତ୍ରଟି ଅଧିକ ଘନୀଭୂତ ହୋଇ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରିବ । ଏହାର ପ୍ରଭାବରେ ରାଜ୍ୟରେ ବର୍ଷାର ପରିମାଣ ବଢ଼ିବ । ଆସନ୍ତା ୨୪ଘଣ୍ଟାରେ ଉତ୍ତର ଓଡ଼ିଶାର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।

ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଲଘୁଚାପ କ୍ଷେତ୍ର ପ୍ରଭାବରେ ଆଗାମୀ୨୪ଘଣ୍ଟାରେ ଉତ୍ତର ଓଡ଼ିଶାର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । କିଛି କିଛି ସ୍ଥାନରେ ୭ରୁ ୨୦ ସେଣ୍ଟିମିଟର ଓ ଗୋଟିଏ ଦୁଇଟି ସ୍ଥାନରେ ୨୦ ସେଣ୍ଟିମିଟରୁ ଅଧିକ ବର୍ଷା ହୋଇପାରେ ।ଆଜି ପାଇଁ ୧୨ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର । ସେହି ଜିଲ୍ଲା ଗୁଡ଼ିକ ହେଲା ବରଗଡ଼, ଝାରସୁଗୁଡ଼ା, ସମ୍ୱଲପୁର, ଦେବଗଡ଼, ସୁନ୍ଦରଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ବାଲେଶ୍ୱର ଓ ଭଦ୍ରକ । ଏହି ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହିସବୁ ଜିଲ୍ଲାର ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ । ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ଶନିବାର ମଧ୍ୟ ସମଗ୍ର ରାଜ୍ୟରେ ବର୍ଷା ହେବ । ତେବେ ବରଗଡ଼, ଝାରସୁଗୁଡ଼ା, ସମ୍ୱଲପୁର, ଦେବଗଡ଼, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହିସବୁ ଜିଲ୍ଲାର ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ । ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ରବିବାର ବରଗଡ଼, ବଲାଙ୍ଗିର, ଝାରସୁଗୁଡ଼ା, ସମ୍ୱଲପୁର, ଦେବଗଡ଼, ସୁନ୍ଦରଗଡ଼, କେନ୍ଦୁଝର ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହିସବୁ ଜିଲ୍ଲାର ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ । ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସୋମବାର ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ୱଲପୁର, ସୋନପୁର ଓ ଦେବଗଡ଼ ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହିସବୁ ଜିଲ୍ଲାର ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ । ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking