35.1 C
Bhubaneswar
Monday, June 17, 2024
Homeଓଡିଶା୨୬ ଓ ୨୭ ତାରିଖରେ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା!

୨୬ ଓ ୨୭ ତାରିଖରେ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା!

ଭୁବନେଶ୍ୱର:  ବାତ୍ୟା ପ୍ରଭାବରେ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ୨୬ ଓ ୨୭ ତାରିଖରେ କେତେ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ନଯିବା ପାଇଁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପରାମର୍ଶ ଦିଆଯାଇଛି । ଆସନ୍ତାକାଲି ଅର୍ଥାତ ୨୪ ତାରିଖ ସକାଳ ସୁଦ୍ଧା ଏହା ଅଧିକ ଘନୀଭୂତ ହୋଇ କେନ୍ଦ୍ରୀୟ ବଙ୍ଗୋପସାଗରରେ ଅବପାତ ରୂପ ନେବ । ପରେ ଉତ୍ତର-ପୂର୍ବ ଦିଗକୁ ଗତି କରିବ । ୨୫ ତାରିଖ ସକାଳ ସୁଦ୍ଧା ଏହା ବାତ୍ୟାରେ ପରିଣତ ହେବ । ୨୬ ତାରିଖ ସନ୍ଧ୍ୟା ସୁଦ୍ଧା ବାଂଲାଦେଶ ଓ ପଶ୍ଚିମବଙ୍ଗ ଉପକୂଳରେ ପହଞ୍ଚିବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ସମୁଦ୍ର ଅଶାନ୍ତ ରହିବ । ଆସନ୍ତାକାଲିଠାରୁ ୨୭ ତାରିଖ ପର୍ଯ୍ୟନ୍ତ ସମୁଦ୍ର ଭିତରକୁ ନଯିବା ପାଇଁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ ଦିଆଯାଇଛି । ତେବେ ଏହାର ପ୍ରଭାବ ଓଡ଼ିଶା ଉପରେ ସିଧା ସଳଖ ରହିବ ନାହିଁ ବୋଲି  ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି । ୨୫ ତାରିଖ ସନ୍ଧ୍ୟାରୁ ୨୭ ତାରିଖ ଭିତରେ ମୁଖ୍ୟତଃ ଉତ୍ତର ଉପକୂଳ ଓ ସଲଗ୍ନ ଜିଲ୍ଲା ଯଥା- ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ମୟୂରଭଞ୍ଜ, ଯାଜପୁର, କଟକ, କେଉଁଝର, ଢେଙ୍କାନାଳ, ଗଞ୍ଜାମ, ପୁରୀର ଅଧିକାଂଶ ଅଞ୍ଚଳ ରେ ସାମନ୍ୟରୁ ମଧ୍ୟମ ବର୍ଷା ନେଇ ଅନୁମାନ କରିଛି ପାଣିପାଗ ବିଭାଗ । ବର୍ଷା ସମୟରେ ଘଣ୍ଟାପ୍ରତି ୫୦ ରୁ ୬୦ କିଲୋମିଟର ବେଗରେ ପବନ ବହିବ । ସମୁଦ୍ର ଅଶାନ୍ତ ରହିବ । ଉଠିବ ଉଚ୍ଚ ଜୁଆର । ଏନେଇ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ବାରଣ କରାଯାଇଛି ।
ବାତ୍ୟା ପ୍ରଭାବରେ ବିଶେଷ କରି ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ହେବ । ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ସହ କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି । ବାଲେଶ୍ୱର, ଭଦ୍ରକ ଓ କେନ୍ଦ୍ରାପଡ଼ା ଜିଲ୍ଲାର କେତେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ୨୭ ତାରିଖରେ କିଛି କିଛି ସ୍ଥାନରେ ବର୍ଷା ସହ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ବେଳେ ବାଲେଶ୍ୱର ଓ ମୟୂରଭଞ୍ଜରେ ଏହାର ପ୍ରଭାବ ରହିବ ବୋଲି ପୂର୍ବାନୁମାନ କରାଯାଇଛି । ରାଜ୍ୟରେ ବର୍ତ୍ତମାନ କାଳବୈଶାଖୀ ବର୍ଷା ଜାରି ରହିଥିବା ବେଳେ ୨୪ ଓ ୨୫ ତାରିଖରେ କିଛି ସ୍ଥାନରେ କାଳବୈଶାଖୀ ହେବାର ସମ୍ଭାବନା ରହିଛି । ଘଡଘଡି ବିଜୁଳି ସହ ବର୍ଷା ହେବ । ସେହି ସମୟରେ ପବନର ବେଗ ଘଣ୍ଟା ପ୍ରତି ୩୦ରୁ ୪୦ କିମି ରହିବ ।
ଅପରପକ୍ଷେ ବାତ୍ୟା ପ୍ରଭାବରେ ଉତ୍ତର ଉପକୂଳ ଓ ସଲଗ୍ନ ଜିଲ୍ଲା ମାନଙ୍କରେ ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ମୟୂରଭଞ୍ଜ, ଯାଜପୁର, କଟକ, କେନ୍ଦୁଝର, ଢେଙ୍କାନାଳ, ଗଞ୍ଜାମ, ପୁରୀର ଅଧିକାଂଶ ଅଞ୍ଚଳରେ ସାମନ୍ୟରୁ ମଧ୍ୟମ ବର୍ଷା ସମ୍ଭାବନା ରହିଛି ।  ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଏହି ସକ୍ରିୟ ଲଘୁଚାପ ଏବେ ଉତ୍ତର ପୂର୍ବ ଦିଗକୁ ଗତି କରୁଛି । ଏହା ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି । ଶୁକ୍ରବାର ସକାଳ ସୁଦ୍ଧା ବଙ୍ଗୋପସାଗର କେନ୍ଦ୍ରୀୟ ଅଂଶରେ ଏହା ଏକ ବାତ୍ୟାର ରୂପ ନେବା ସହିତ ଉତ୍ତର-ପୂର୍ବ ଦିଗକୁ ଗତି କରିବାର ସମ୍ଭାବନା ରହିଛି ।
ତେବେ ବାତ୍ୟା ଓ ବର୍ଷା ନେଇ ସ୍ୱତନ୍ତ୍ର ରିଲିଫ୍ କମିସନରଙ୍କ ତରଫରୁ ସତର୍କ ସୂଚନା ଜାରି କରାଯାଇଛି । ଏସ୍‌ଆରସି ଏନେଇ ସମସ୍ତ ଜିଲ୍ଲାପାଳଙ୍କୁ ଚିଠି ଲେଖି ସତର୍କତାମୂଳକ ପଦକ୍ଷେପ ନେବାକୁ ପରାମର୍ଶ ଦେଇଛନ୍ତି । ସମ୍ଭାବ୍ୟ ବାତ୍ୟାର ଗତିପଥ ନେଇ ରିପୋର୍ଟ ଆସିଛି । ୨୩, ୨୪ ଓ ୨୫ ତାରିଖରେ କିଛି କିଛି ସ୍ଥାନରେ ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି । ୨୬ ତାରିଖରେ ଉତ୍ତର ଓଡ଼ିଶାରେ ହାଲୁକାରୁ ମଧ୍ୟମଧରଣର ବର୍ଷା ସହ ବାଲେଶ୍ୱର, ଭଦ୍ରକ ଓ କେନ୍ଦ୍ରାପଡ଼ାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ୨୭ରେ ମଧ୍ୟ ଉତ୍ତର ଓଡ଼ିଶାରେ ବର୍ଷା ହେବ । ତେଣୁ ଏ ସମ୍ପର୍କରେ ଜନସାଧାରଣଙ୍କୁ ସଚେତନ କରିବା ସହ ଲୋକଙ୍କ ସୁରକ୍ଷା ଦିଗରେ ଦୃଷ୍ଟି ଦେବାକୁ ଚିଠିରେ ଉଲ୍ଲେଖ କରାଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking