29.1 C
Bhubaneswar
Saturday, April 27, 2024
Homeବ୍ରେକୀଙ୍ଗଆଜି ରାଜ୍ୟର ୧୨ ଜିଲ୍ଲାରେ ପ୍ରବଳ ବର୍ଷା

ଆଜି ରାଜ୍ୟର ୧୨ ଜିଲ୍ଲାରେ ପ୍ରବଳ ବର୍ଷା

ଭୁବନେଶ୍ୱର : ରାଜ୍ୟରେ ଲାଗି ରହିଛି ଲଘୁଚାପଜନିତ ବର୍ଷା । ବର୍ତ୍ତମାନ ଉତ୍ତର – ପଶ୍ଚମ ତଥା କେନ୍ଦ୍ରୀୟ ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ଓଡ଼ିଶା ତଥା ଆନ୍ଧ୍ର ଉପକୂଳରେ ଏହା ସକ୍ରିୟ ରହିଛି । ଏହାର ପ୍ରଭାବରେ ଆସନ୍ତାକାଲି ପୂର୍ବାହ୍ନ ପର୍ଯ୍ୟନ୍ତ ଓଡ଼ିଶାର ଉପକୂଳବର୍ତ୍ତୀ ଓ ଆଭ୍ୟନ୍ତରୀଣ ଜିଲ୍ଲାଗୁଡ଼ିକରେ ସ୍ବଳ୍ପରୁ ମଧ୍ୟମଧରଣର ବର୍ଷା ହେବାର ସମ୍ଭାବନା ରହିଛି। ତେବେ ଅପରାହ୍ନଠାରୁ  ବର୍ଷାର ପରିମାଣ ବଢ଼ିବ। ରାଜ୍ୟର ପ୍ରାୟ ସମସ୍ତ ଅଞ୍ଚଳରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ। ଏଥିସହ ୧୨ଜିଲ୍ଲା ଯଥା କଳାହାଣ୍ଡି, କନ୍ଧମାଳ, ବଲାଙ୍ଗୀର, ବରଗଡ଼, ବୌଦ୍ଧ, ଗଞ୍ଜାମ, ପୁରୀ, ସୋନପୁର, ନୟାଗଡ଼, ରାୟଗଡ଼ା, କେନ୍ଦୁଝର ଓ ମୟୂରଭଞ୍ଜ‌ରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ୪, ୫ ଓ ୬ ତାରିଖରେ ମଧ୍ୟ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏଣୁ ଏହି ତିନି ଦିନ ପାଇଁ କିଛି କିଛି ଜିଲ୍ଲାରେ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହାକୁ ଦୃଷ୍ଟିରେ ରଖି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଅପରପକ୍ଷେ ମଝିରେ ମଝିରେ ୪୦ରୁ ୫୦ କିମି ବେଗରେ ପବନ ବହିବାର ସମ୍ଭାବନା ଥିବାରୁ ସମୁଦ୍ର ଭିତରକୁ ନ ଯିବାକୁ କେନ୍ଦ୍ର ମତ୍ସ୍ୟଜୀବୀମାନଙ୍କୁ ବାରଣ କରିଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking