27.1 C
Bhubaneswar
Saturday, December 6, 2025
Homeଓଡିଶାରାଜ୍ୟରେ ଆହୁରି ୪ ଦିନ ପ୍ରବଳ ବର୍ଷା!

ରାଜ୍ୟରେ ଆହୁରି ୪ ଦିନ ପ୍ରବଳ ବର୍ଷା!

aଭୁବନେଶ୍ୱର: ରାଜ୍ୟ ଉପରେ ଦୁଇ ଦୁଇଟି ଲଘୁଚାପ ପ୍ରଭାବରେ ଆହୁରି ୪ ଦିନ ପଯ୍ୟନ୍ତ ପ୍ରବଳ ବର୍ଷା ସମ୍ଭାବନା ରହିଛି ।  ଏହା ପଶ୍ଚିମ ଆଡକୁ  ଗତି କରିବା ସହ  ଧୀରେ ଧୀରେ  ଅଧିକ ଘନୀଭୂତ ହୋଇ ଉତ୍ତର- ପଶ୍ଚିମ ଓ ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆସନ୍ତାକାଲି ସୁଦ୍ଧା ଅବପାତର ରୂପ ନେବ। ସେପ୍ଟେମ୍ବର ୨୭ ତାରିଖରେ  ଦକ୍ଷିଣ ଓଡିଶା ଓ ଆନ୍ଦ୍ର ପ୍ରଦେଶ ଉପକୂଳ ଅତିକ୍ରମ କରିବାର ସମ୍ଭାବନା ରହିଛି । ଲଘୁଚାପ ପ୍ରଭାବରେ ଦକ୍ଷିଣ ଓ ଉପକୂଳ ଓଡିଶାରେ ପ୍ରବଳ ବର୍ଷିବ । ଆଜି କୋରାପୁଟ, ନବରଙ୍ଗପୁର, ରାୟଗଡା, ଗଜପତି ଓ ମାଲକାନଗିରିରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତାକାଲିଠୁ ରାଜ୍ୟରେ  ବର୍ଷାର ପରିମାଣ ବଢିବ ।  ୨୮ ତାରିଖ ଯାଏଁ ଗଭୀର ସମୁଦ୍ରକୁ ନଯିବାକୁ ମତ୍ସ୍ୟଜୀବିମାନଙ୍କୁ ପରାମର୍ଶ ଦିଆଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking