ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପରେ ଅବପାତରେ ପରିଣତ ହେବା ପରେ ଏବେ ଦୁର୍ବଳ ହେଉଛି । ଏ ନେଇ ସୂଚନା ଦେଇଛି ଭୁବନେଶ୍ବର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ।ବଙ୍ଗୋପସାଗରରେ ଅବପାତ ଏବ ସୁଦୃଶ ଲଘୁଚାପରେ ପରିଣତ ହୋଇଛି । ଏବେ ଉତ୍ତର ଝାଡଖଣ୍ଡ ସଂଲଗ୍ନ ଦକ୍ଷିଣ ବିହାର ଉପରେ ସକ୍ରିୟ ରହିଛି ଲଘୁଚାପ। ତଥାପି ଓଡ଼ିଶାରେ ଏହାର ପ୍ରଭାବ ରହିବା ନେଇ ଆକଳନ କରିଛି ପାଣିପାଗ ବିଭାଗ। ସକ୍ରିୟ ଲଘୁଚାପର ପ୍ରଭାବରେ ରାଜ୍ୟରେ ବର୍ଷା ହେବ । ଆଗାମୀ ୨୪ ଘଣ୍ଟାରେ ୫ ଜିଲାରେ ପ୍ରବଳ ବର୍ଷା ନେଇ ଆଲର୍ଟ କରାଯାଇଛି। ମୟୂରଭଂଜ, କେନ୍ଦୁଝର, ସୁନ୍ଦରଗଡ ଓ ସମ୍ବଲପୁରରେ ପ୍ରବଳ ବର୍ଷା ହୋଇପାରେ। ଆସନ୍ତାକାଲି ଉତ୍ତର ଉପକୂଳ ସହ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ସମ୍ଭାବନା ରହିଛି।










