ଭୁବନେଶ୍ୱର: ଲଘୁଚାପ ପ୍ରଭାବରେ କାଲି ପର୍ଯ୍ୟନ୍ତ କାଚିବ ବର୍ଷା । ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବୃଷ୍ଟିପାତ । ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ୮ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ଆଂଚଳିକ ପାଣିପାଗ ବିଭାଗ । ସେପଟେ ବକ୍ଷିଣ ପଶ୍ଚିମ ମୌସୁମୀ ରାଜ୍ୟରେ ସକ୍ରିୟ ରହିଛି । ଯାହା ଫଳାରେ ବିଭିନ୍ନ ଜିଲ୍ଲାଗୁଡ଼ିକରେ ହାଲୁକାରୁ ମଧ୍ୟମ ବର୍ଷା ସହିତ ଘଡ଼ଘଡ଼ି ବର୍ଷା ହୋଇଛି। ଆଜି ଜଗତସିଂହପୁର ,କେନ୍ଦ୍ରାପଡା, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ଦେବଗଡ଼, ସୋନପୁର , ବୌଦ୍ଧ, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲ୍ଲାର ଗୋଟେ କିମ୍ବା ଦୁଇଟିକୁ ସ୍ଥାନରେ ବର୍ଷା ହେବେ । ଘଣ୍ଟାପ୍ରତି ୩୦-୪୦ କିଲୋମିଟର ବେଗରେ ପବନ ବହିବା ସହିତ ବିଜୁଳି ଘଡ଼ଘଡ଼ି ଜନିତ ବଜ୍ରପାତ ହେବା ନେଇ ସତର୍କ ଜାରି କରିଛି ବିଭାଗ ।










