32.1 C
Bhubaneswar
Saturday, April 4, 2026
Homeଓଡିଶାରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା

ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର : ଦକ୍ଷିଣ ବାଂଲାଦେଶ ଓ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ରବିବାର ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଆସନ୍ତା ୨ ଦିନ ମଧ୍ୟରେ ଏହା ଅଧିକ ଘନୀଭୂତ ହେବା ସହ ସୁଦୃଶ୍ୟ ଲଘୁଚାପରେ ପରିଣତ ହୋଇ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗାଙ୍ଗେୟ ପଶ୍ଚିମବଙ୍ଗ, ଉତ୍ତର ଓଡ଼ିଶା ଓ ଝାଡ଼ଖଣ୍ଡ ଉପରେ ଅଗ୍ରସର ହେବ। ଏହାସହିତ ବର୍ତ୍ତମାନ ମୌସୁମୀ ଟ୍ରଫ୍‌ ଲାଇନ୍‌ ମଧ୍ୟ ବଙ୍ଗୋପସାଗର ପର୍ୟ୍ୟନ୍ତ ଲମ୍ବି ରହିଛି। ଏହାଦ୍ୱାରା ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଆଶଙ୍କା ରହିଛି।

ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ, ସୋମବାର ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏହି ଜିଲ୍ଲାଗୁଡ଼ିକରେ ୭ରୁ ୨୦ସେଣ୍ଟିମିଟର ପର୍ୟ୍ୟନ୍ତ ବର୍ଷା ଆଶଙ୍କା କରି ପାଣିପାଗ କେନ୍ଦ୍ର ଏହି ଜିଲ୍ଲାଗୁଡ଼ିକ ପାଇଁ ଅରେଞ୍ଜ ଆଲର୍ଟ ଜାରି କରିଛି। ସେହିପରି ବରଗଡ଼, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, ସୋନପୁର, ବଲାଙ୍ଗିର, ନୂଆପଡ଼ା, ବାଲେଶ୍ୱର, ଭଦ୍ରକ, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ ଓ ସମ୍ବଲପୁର ଜିଲ୍ଲାରେ ପ୍ରବଳ ବର୍ଷା (୭ରୁ ୧୧ ସେମି. ପର୍ୟ୍ୟନ୍ତ) ହୋଇପାରେ। ଏଥିପାଇଁ ପାଣିପାଗ କେନ୍ଦ୍ର ଏହି ଜିଲ୍ଲାଗୁଡ଼ିକୁ ୟେଲୋ ଆଲର୍ଟ ଜାରି କରିଛି। ପାଣିପାଗ କେନ୍ଦ୍ରର ସୂଚନା ଆଧାରରେ ରାଜ୍ୟର ସମସ୍ତ ଜିଲ୍ଲାପାଳମାନଙ୍କୁ ସତର୍କ ରହିବା ପାଇଁ ଏସ୍‌ଆରସିଙ୍କ କାର୍ୟ୍ୟାଳୟରୁ ନିର୍ଦ୍ଦେଶ ଦିଆଯାଇଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking