ଭୁବନେଶ୍ୱର : ରାଜ୍ୟରେ ୨ ଦିନ ପ୍ରବଳ ବର୍ଷା ସମ୍ଭାବନା । ବଙ୍ଗୋପସାଗରରେ ପଛକୁ ପଛ ଘୂର୍ଣ୍ଣିବଳୟ ସୃଷ୍ଟି ହେଉଛି ଯାହାର ପ୍ରଭାବରେ ରାଜ୍ୟରେ ବର୍ଷା ହେଉଛି । ପୁଣି ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ହୋଇଥିବା ସୂଚନା ମିଳିଛି । ଏହି ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ପଶ୍ଚିମ ଓଡ଼ିଶା ସମେତ ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରାଯାଇଛି । ଆଜି ସୁନ୍ଦରଗଡ଼, ଝାରସୁଗୁଡା, ବରଗଡ଼, ସମ୍ବଲପୁର, ଦେବଗଡ଼, ମାଲକାନାଗିରି ଓ କୋରାପୁଟରେ ପ୍ରବଳ ବର୍ଷା ହେବା ସହିତ ଆସନ୍ତାକାଲି ସୁନ୍ଦରଗଡ଼, ଝାରସୁଗୁଡା, ସମ୍ବଲପୁର, ମୟୂରଭଞ୍ଜ, କେନ୍ଦୁଝର ଓ ଦେବଗଡ଼ରେ ମଧ୍ୟ ପ୍ରବଳ ବର୍ଷା ହୋଇପାରେ ବୋଲି ସୂଚନା ମିଳିଛି ।