24.9 C
Bhubaneswar
Tuesday, April 7, 2026
Homeଓଡିଶାକାଲିଠୁ ୩ଦିନ ପ୍ରବଳ ବର୍ଷା ସମ୍ଭାବନା

କାଲିଠୁ ୩ଦିନ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର : ପଶ୍ଚିମ-କେନ୍ଦ୍ରୀୟ ଏବଂ ଏହାର ପାର୍ଶ୍ବବର୍ତ୍ତୀ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି ବୋଲି ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଏହାର ପ୍ରଭାବରେ ଆସନ୍ତା ୫ତାରିଖରୁ ୩ଦିନ ପର୍ୟ୍ୟନ୍ତ ପ୍ରବଳ ବର୍ଷା ହୋଇପାରେ। ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହେବାକୁ ଥିବାବେଳେ ଉପକୂଳରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବ।
ଆସନ୍ତା ୨୪ଘଣ୍ଟା ମଧ୍ୟରେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜମ, ଗଜପତି, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା ଏବଂ କଳାହାଣ୍ଡି ଜିଲାର କିଛି ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ହୋଇପାରେ। ଏଥିପାଇଁ ଉପରୋକ୍ତ ଜିଲାଗୁଡ଼ିକୁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking