26.1 C
Bhubaneswar
Saturday, October 19, 2024
Homeଓଡିଶାଆଜି ରାଜ୍ୟର ୧୫ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା; ୟଲୋ ୱାର୍ଣ୍ଣିଂ ଜାରି

ଆଜି ରାଜ୍ୟର ୧୫ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା; ୟଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ଟ୍ରପଲାଇନ୍ ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା । ରାଜ୍ୟର ଉପକୂଳ ଓଡ଼ିଶା ସମେତ ଆଭ୍ୟନ୍ତରୀଣ ଏବଂ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ସାଙ୍ଗକୁ ଘଡଘଡି, ବିଜୁଳି ସହ ପବନ ବୋହୁଛି । ତେବେ ଆଜି ରାଜ୍ୟର ୧୫ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ମିଳିଥିବା ସୂଚନା ଅନୁସାରେ ସୁନ୍ଦରଗଡ, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂପୁର, ଅନୁଗୁଳ, ଢ଼େଙ୍କାନାଳ, ବୌଦ୍ଧ, କନ୍ଧମାଳ, ନୟାଗଡ ଏବଂ ଖୋର୍ଦ୍ଧା ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପବଳ ବର୍ଷା ସହ ପବନର ବେଗ ଘଣ୍ଟାକୁ ୪୦ରୁ ୫୦କିମି ରହିବ । ସେହିପରି କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର, ଯାଜପୁର, କଟକ, ଢ଼େଙ୍କାନାଳରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି ।

ଏହି ୬ଟି ଜିଲ୍ଲାରେ ୭ମିମିରୁ ୧୧ମିମି ବର୍ଷା ହେବାର ସମ୍ଭାବନା ରହିଥିବା ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ସେହିଭଳି ୨ ତାରିଖ ସକାଳ ସାଢେ ଆଠଟା ପର୍ଯ୍ୟନ୍ତ ପ୍ରଚଣ୍ଡ ଘଡଘଡି ବିଜୁଳି ସହ ବର୍ଷା ନେଇ ଉପକୁଳ, ଉତ୍ତର ଏବଂ ଦକ୍ଷିଣ ଓଡ଼ିଶାର ୧୭ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ସେହି ଜିଲ୍ଲା ଗୁଡିକ ହେଉଛି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂପୁର, ଖୋର୍ଦ୍ଧା, ପୁରୀ, ନୟାଗଡ, ଗଞ୍ଜାମ, ଗଜପତି, ମୟୁରଭଞ୍ଜ, ଢ଼େଙ୍କାନାଳ, କନ୍ଧମାଳ, ରାୟଗଡା, କୋରାପୁଟ ଏବଂ ମାଲକାନଗିରି ।

ତେବେ ୨ ତାରିଖ ପରଠାରୁ କୌଣସି ଜିଲ୍ଲାକୁ ସତର୍କତା ଜାରି କରାଯାଇନଥିବା ବେଳେ ସେହିଦିନ ରାତିରେ ପୁଣି ଏକ ପଶ୍ଚିମା ଝଡ ସକ୍ରିୟ ହେବାର ସମ୍ଭାବନା ରହିଛି । ଯାହାର ପ୍ରଭାବରେ ପୁଣି ଉପକୂଳ ଓଡ଼ିଶା ସମେତ ଉତ୍ତର ଏବଂ ଆଭ୍ୟନ୍ତରୀଣ ଓଡ଼ିଶା ପ୍ରଭାବିତ ହେବାର ଅଧିକ ସମ୍ଭାବନା ରହିଛି ।

ଗତ ୨୪ଘଣ୍ଟାରେ ରାଜ୍ୟରେ ତାଳଚେରରେ ସର୍ବାଧିକ ୨୫ମିମି ବର୍ଷା ହୋଇଥିବା ବେଳେ କେନ୍ଦୁଝରରେ ୧୪.୧ମିମି, ଭଦ୍ରକରେ ୨୦ମିମି, ଯାଜପୁରରେ ୧୭.୮ମିମି, ବରଗଡରେ ୧୭.୪ମିମି ବର୍ଷା ରେକର୍ଡ କରାଯାଇଛି । ସେହିପରି ଶୁକ୍ରବାର ସନ୍ଧ୍ୟା ୫ଟା୩୦ ମଧ୍ୟରେ ଜଗତସିଂପୁରରେ ସର୍ବାଧିକ ୩୩.୨ମିମି ବର୍ଷା ହୋଇଥିବା ବେଳେ ଭୁବନେଶ୍ୱରରେ ୪ମିମି ବର୍ଷା ହୋଇଥିବା ବେଳେ ବାରିପଦାରେ ୭.୮ମିମି, ନୟାଗଡରେ ୧୩ମିମି, ଢ଼େଙ୍କାନାଳରେ ୨୮.୬ମିମି ବର୍ଷା ହୋଇଥିବା ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking