18.1 C
Bhubaneswar
Saturday, November 23, 2024
Homeଓଡିଶା୪ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

୪ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଆସନ୍ତା ୨୪ଘଣ୍ଟା ମଧ୍ୟରେ ରାଜ୍ୟର ୧୯ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ଥିବା ବେଳେ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ ଓ ଯାଜପୁର ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।  ସୂଚନା ଅନୁସାରେ, କନ୍ଧମାଳ, ବୌଦ୍ଧ, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର ଓ କଟକ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ରହିଛି । ଏହି ସମୟରେ ଉପରୋକ୍ତ ଜିଲ୍ଲାର କେତେକ ସ୍ଥାନରେ ୪୦ରୁ ୫୦କିଲୋମିଟର ବେଗରେ ପବନ ବହିପାରେ । ସେଥିପାଇଁ ଉପରୋକ୍ତ ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ଏହାବ୍ୟତୀତ ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, ଖୋର୍ଦ୍ଧା, କେନ୍ଦ୍ରାପଡ଼ା, ନୟାଗଡ଼, ଜଗତସିଂହପୁର, ପୁରୀ ଓ ଗଞ୍ଜାମ ଜିଲ୍ଲାରେ ମଧ୍ୟ କାଳବୈଶାଖୀ ସମ୍ଭାବନା ରହିଛି । ଏହି ଜିଲ୍ଲାଗୁଡ଼ିକରେ ଘଣ୍ଟା ପ୍ରତି ୩୦ରୁ ୪୦ କିଲୋମିଟର ବେଗର ପବନ ବହିବ ବୋଲି କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି । ସେହିପରି ରାଜ୍ୟର ଅଧିକାଂଶ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ରହିଥିବା ବେଳେ କିଛି ଜିଲ୍ଲାରେ ମଧ୍ୟମରୁ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର କହିଛି । ଅପରପକ୍ଷେ ଆଜି ରାଜ୍ୟର ୯ ସହରରେ ଦିନ ତାପମାତ୍ରା ୪୦ ଡିଗ୍ରୀ ଏବଂତାହାଠାରୁ ଅଧିକ ରେକର୍ଡ ହୋଇଛି ।

ନୂଆପଡ଼ାରେ ସର୍ବାଧିକ ଦିନ ତାପମାତ୍ରା ୪୩ ଡିଗ୍ରୀ ରେକର୍ଡ କରାଯାଇଛି । ତାଲିକାରେ ୪୧.୫ଡିଗ୍ରୀ ସହ ଝାରସୁଗୁଡ଼ା ଦ୍ୱିତୀୟ ସ୍ଥାନରେ ରହିଥିବା ବେଳେ ସମ୍ବଲପୁର, ହୀରାକୁଦ ଓ ବୌଦ୍ଧରେ ୪୧.୨ ଡିଗ୍ରୀ ରେକର୍ଡ ହୋଇଛି । ସେହିପରି ବଲାଙ୍ଗୀରରେ ୪୦.୫ ଡିଗ୍ରୀ, ସୁନ୍ଦରଗଡ଼ ଓ ଭବାନୀପାଟଣାରେ ୪୦.୨ ଡିଗ୍ରୀ ଏବଂ ଟିଟିଲାଗଡ଼ରେ ପାରଦ ୪୦ ଡିଗ୍ରୀ ଛୁଇଁଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking