19.1 C
Bhubaneswar
Friday, February 13, 2026
Homeଓଡିଶାଏହି ସବୁ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଏହି ସବୁ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର : ଗତ ୩ଦିନ ହେବ ସକ୍ରିୟ ଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆଜି କିଛି ଜିଲ୍ଲାରେ ବର୍ଷା ହୋଇପାରେ। ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ସୂଚନା ଅନୁସାରେ, ଆଜି ଝାରୁସୁଗଡ଼ା, ସମ୍ବଲପୁର, ବରଗଡ଼, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା ରହିଥିବା ବେଳେ କେନ୍ଦୁଝର ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ତେବେ ରବିବାରଠାରୁ ବର୍ଷାର ପ୍ରକୋପ କମିବ।  ବର୍ତ୍ତମାନ ରାଜ୍ୟରେ ମୌସୁମୀ ସକ୍ରିୟ ଥିବାବେଳେ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇଥିବାରୁ କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ପାଣିପାଗ କେନ୍ଦ୍ର ଆକଳନ କରିଛି। ଏହାକୁ ଦୃଷ୍ଟିରେ ରଖି ୨୯ ତାରିଖ ପାଇଁ ରାଜ୍ୟର କିଛି ଜିଲ୍ଲା ପାଇଁ ଆଲର୍ଟ ଜାରି ହୋଇଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking