40.1 C
Bhubaneswar
Sunday, June 16, 2024
Homeଓଡିଶା୨୬ ଓ ୨୭ରେ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା

୨୬ ଓ ୨୭ରେ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ବାତ୍ୟା ପ୍ରଭାବରେ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ୨୬ ଓ ୨୭ ତାରିଖରେ କେତେ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ନଯିବା ପାଇଁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପରାମର୍ଶ ଦିଆଯାଇଛି । ସୁଦୃଶ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି ଲଘୁଚାପ କ୍ଷେତ୍ର । ଆସନ୍ତାକାଲି ଅର୍ଥାତ ୨୪ ତାରିଖ ସକାଳ ସୁଦ୍ଧା ଏହା ଅଧିକ ଘନୀଭୂତ ହୋଇ କେନ୍ଦ୍ରୀୟ ବଙ୍ଗୋପସାଗରରେ ଅବପାତ ରୂପ ନେବ । ତା’ପରେ ଉତ୍ତର-ପୂର୍ବ ଦିଗକୁ ଗତି କରିବ । ୨୫ ତାରିଖ ସକାଳ ସୁଦ୍ଧା ଏହା ବାତ୍ୟାରେ ପରିଣତ ହେବ । ୨୬ ତାରିଖ ସନ୍ଧ୍ୟା ସୁଦ୍ଧା ବାଂଲାଦେଶ ଓ ପଶ୍ଚିମବଙ୍ଗ ଉପକୂଳରେ ପହଞ୍ଚିବାର ସମ୍ଭାବନା ରହିଛି ।

ଏହାର ପ୍ରଭାବରେ ସମୁଦ୍ର ଅଶାନ୍ତ ରହିବ । ୨୪ ତାରିଖରୁ ୨୭ ତାରିଖ ପର୍ଯ୍ୟନ୍ତ ସମୁଦ୍ର ଭିତରକୁ ନଯିବା ପାଇଁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ ଦିଆଯାଇଛି । ତେବେ ଏହାର ପ୍ରଭାବ ଓଡ଼ିଶା ଉପରେ ସିଧା ସଳଖ ରହିବ ନାହିଁ ବୋଲି କହିଛନ୍ତି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି । ବାତ୍ୟା ପ୍ରଭାବରେ ୨୬ ତାରିଖରୁ ରାଜ୍ୟରେ ବର୍ଷା ଆରମ୍ଭ ହେବାର ସମ୍ଭାବନା ରହିଛି ।

ବିଶେଷ କରି ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ହେବ । ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ସହ କାଁ ଭାଁ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି । ବାଲେଶ୍ୱର, ଭଦ୍ରକ ଓ କେନ୍ଦ୍ରାପଡା ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ୨୭ ତାରିଖରେ କିଛି କିଛି ସ୍ଥାନରେ ବର୍ଷା ସହ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ବେଳେ ବାଲେଶ୍ୱର ଓ ମୟୂରଭଞ୍ଜରେ ଏହାର ପ୍ରଭାବ ରହିବ ବୋଲି ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା କହିଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking