27.1 C
Bhubaneswar
Tuesday, March 24, 2026
Homeଓଡିଶାଆସନ୍ତା ୨୪ ଘଣ୍ଟାରେ ପ୍ରବଳ ବର୍ଷା ସମ୍ଭାବନା

ଆସନ୍ତା ୨୪ ଘଣ୍ଟାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର : ରାଜ୍ୟରେ ଜାରି ରହିଛି ଲଘୁଚାପ ବର୍ଷା। ଝାଡ଼ଖଣ୍ଡ ଓ ସଂଲଗ୍ନ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣି ବଳୟ ପ୍ରଭାବରେ ଉତ୍ତର ଓ ଆଭ୍ୟନ୍ତରୀଣ ଓଡ଼ିଶାର କେତେକ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ସମ୍ବଲପୁର, ଦେବଗଡ଼ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ପରବର୍ତ୍ତୀ ଦୁଇ ଦିନ ଅର୍ଥାତ ୧୧ ଓ ୧୨ ତାରିଖରେ କାଭାଁ କେତେକ ସ୍ଥାନରେ କାଳବୈଶାଖି ଜନିତ ବର୍ଷା ହେବାର ଆଶଙ୍କା ରହିଛି। ତେବେ ୧୩ ତାରିଖରେ ମୟୁରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ହୋଇପାରେ। ୧୪ ଓ ୧୫ ତାରିଖରେ ଉତ୍ତର ଓଡ଼ିଶାର କେତେକ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ଏହାକୁ ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋୱାର୍ଣ୍ଣି ଜାରୀ କରାଯାଇଛି। ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ଏସଆରସିଙ୍କ ପକ୍ଷରୁ ମଧ୍ୟ ସତର୍କ ସୂଚନା ଜାରି କରାଯିବା ସହ ଜିଲ୍ଲା ପ୍ରଶାସନକୁ ସଜାଗ ରହିବାକୁ ପରାମର୍ଶ ଦିଆଯାଇଛି।

 

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking