17.1 C
Bhubaneswar
Saturday, January 4, 2025
Homeଓଡିଶାଆସନ୍ତା ୩ ଦିନ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଆସନ୍ତା ୩ ଦିନ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର : ଉତ୍ତର ବଙ୍ଗୋପସାଗରରେ ଶନିବାର ସୃଷ୍ଟି ହେଲା ଘୂର୍ଣ୍ଣିବଳୟ । ଆସନ୍ତା ୨୪ ଘଣ୍ଟାରେ ରେ ଏହା ଲଘୁଚାପର ରୂପ ନେବା ପରେ ଏହାର ପ୍ରଭାବରେ ଆସନ୍ତା ୩ ଦିନ ଯାଏଁ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ବର୍ଷା ନେଇ ଶନିବାର ପାଇଁ ୬ ଜିଲା କମଳା ସତର୍କ ସୂଚନା ଜାରି କରାଯାଇଛି । ଅନୁଗୁଳ, ଢେଙ୍କାନାଳ, କଟକ, ଯାଜପୁର, କେନ୍ଦ୍ରାପଡା ଓ ଜଗତସିଂହପୁର ଜିଲାକୁ ସତର୍କ ସୂଚନା ଜାରି କରାଯାଇଛି । ଏହି ସବୁ ଜିଲାରେ ୭୦ ରୁ ୨ ଶହ ମିଲିମିଟର ଯାଏଁ ବର୍ଷିବ । ଏହାସହ ପ୍ରବଳ ବର୍ଷା ନେଇ ୨୦ ଜିଲାକୁ ହଳଦିଆ ସତର୍କ ସୂଚନା ଜାରି କରାଯାଇଛି । ୨୬ ଓ ୨୭ ତାରିଖରେ ବର୍ଷା ପରିମାଣ କମିବ। ବଙ୍ଗୋପସାଗରରେ ଆସନ୍ତା ୨୯ ତାରିଖରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଅଗଷ୍ଟ ୩୧ରୁ ସେପ୍ଟେମ୍ବର ପୁଣି ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଜୁନ ୧ରୁ ଆଜି ଯାଏଁ ସ୍ୱଭାବିକଠାରୁ ୧୧ଧ ନିଅଣ୍ଟିଆ ବର୍ଷା ରେକର୍ଡ କରାଯାଇଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking