27.1 C
Bhubaneswar
Monday, July 8, 2024
Homeଓଡିଶାରାଜ୍ୟରେ ଆସନ୍ତାକାଲିଠୁ ପ୍ରବଳ ବର୍ଷା ସମ୍ଭାବନା

ରାଜ୍ୟରେ ଆସନ୍ତାକାଲିଠୁ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ରାଜ୍ୟରେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବର ସମ୍ଭାବନା ରହିଛି । ତେବେ ୬ ଏବଂ ୭ ତାରିଖ ବେଳକୁ କିଛି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି । ମିଳିଥିବା ସୂଚନା ଅନୁସାରେ, ଉତ୍ତର ବାଂଲାଦେଶ ଏବଂ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହି ଘୂର୍ଣ୍ଣିବଳୟ ପ୍ରଭାବରେ ୫ ଦିନ ବର୍ଷା ଲାଗି ରହିବା ସମ୍ଭାବନା ରହିଛି । ଏଥିପାଇଁ ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ଅନୁଗୁଳ, ସମ୍ବଲପୁର, ବରଗଡ଼, ମାଲକାନଗିରି, କୋରାପୁଟ, ରାୟଗଡ଼ା ଓ ଜଗପତି ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଶୁକ୍ରବାର  ସକାଳ ସାଢ଼େ ୮ଟା ସୁଦ୍ଧା ସୁନ୍ଦରଗଡ, ବରଗଡ, ସମ୍ବଲପୁର ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏହି ସମୟରେ ଘଣ୍ଟା ପ୍ରତି ପବନର ବେଗ ୪୦ରୁ ୪୫କିମି ରହିବ । ସେହିପରି ଶନିବାର ସକାଳ ସାଢ଼େ ୮ଟା ମଧ୍ୟରେ ସୁନ୍ଦରଗଡ, ଝାରସୁଗୁଡା, ସମ୍ବଲପୁର, ଦେବଗଡ, ଅନୁଗୁଳ ଏବଂ କେନ୍ଦୁଝର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ବୋଲି ଜଣାପଡିଛି । ସେହିପରି ଗତ ୨୪ଘଣ୍ଟା ମଧ୍ୟରେ ସୁନ୍ଦରଗଡରେ ସର୍ବାଧିକ ୬୩.୪ମିମି ବର୍ଷା ରେକର୍ଡ କରାଯାଇଛି । କେନ୍ଦୁଝରରେ ୫୮.୨ମିମି, ସମ୍ବଲପୁରରେ ୪୬.୮ମିମି, ଦେବଗଡରେ ୪୪.୮ମିମି, ବରଗଡରେ ୩୬ମିମି, ରାୟଗଡାରେ ୩୬ମିମି ବର୍ଷା ହୋଇଥିବା ଜଣାପଡିଛି । ଗୁରୁବାର ଭୁବନେଶ୍ୱରର ଦିନର ତାପମାତ୍ରା ୩୦ଂ ରହିଥିବା ବେଳେ .୫ମିମି ବର୍ଷା ରେକର୍ଡ କରାଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking