25.9 C
Bhubaneswar
Monday, April 6, 2026
Homeଓଡିଶା୧୭ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

୧୭ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର:  ଘୂର୍ଣ୍ଣିବଳୟ ସାଙ୍ଗକୁ ମୌସୁମୀ ବାୟୁ ରାଜ୍ୟରେ ସକ୍ରିୟ ରହିଛି । ଆସନ୍ତା ୧୭ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ଯେ, ଆସନ୍ତା ୧୮ ତାରିଖ ଠାରୁ ପାଗ ବଦଳିବ । ଆଗାମୀ ୨୪ ଘଣ୍ଟାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ । ସେହିପରି ଆସନ୍ତାକାଲି ପାଇଁ ହାଲୁକାରୁ ମଧ୍ୟମଧରଣ ବର୍ଷା ସହ ଘଡଘଡି ପାଇଁ ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ, କେଉଁଝର, ଯାଜପୁର, କେନ୍ଦ୍ରାପଡ଼ା, ଝାରସୁଗୁଡ଼ା, ସମ୍ବଲପୁର ଜିଲ୍ଲାକୁ ଆଲର୍ଟ କରଯାଇଛି । ତେବେ ଗତ ୨୪ ଘଣ୍ଟାରେ ଗଞ୍ଜାମ ଜିଲ୍ଲାରେ ସର୍ବାଧିକ ବର୍ଷା ୫୭ ମିଲିମିଟର ବର୍ଷା ରେକର୍ଡ କରାଯାଇଛି । ଏବେବି ରାଜ୍ୟରେ ୧୧ ପ୍ରତିଶତ ନିଅଁଟିଆ ବର୍ଷା ରହିଛି । ୭୧୩.୩ ମିମି ବର୍ଷା ସ୍ୱାଭାବିକ ରହିବା କଥା । ଗୋଟିଏ ଜିଲ୍ଲା ମାଲକାନଗିରିରେ ସ୍ୱାଭାବିକ ଠାରୁ ଅତ୍ୟଧିକ ବର୍ଷା ହୋଇଥିବା ବେଳେ ୩ ଜିଲ୍ଲାରେ ଅଧିକ ବର୍ଷା ଓ ୧୬ ଜିଲ୍ଲାରେ ସ୍ୱାଭାବିକ ବର୍ଷା ରେକର୍ଡ ହୋଇଥିବା ବେଳେ ବାକି ୧୧ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ରହିଛି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking