25.1 C
Bhubaneswar
Thursday, April 2, 2026
Homeଓଡିଶାଆସନ୍ତା ୨୦ ଯାଏଁ ପ୍ରବଳ ବର୍ଷା ସମ୍ଭାବନା

ଆସନ୍ତା ୨୦ ଯାଏଁ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର : ଗାଙ୍ଗେୟ ପଶ୍ଚିମବଙ୍ଗରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହା ଦକ୍ଷିଣ-ପଶ୍ଚିମ ଦିଗରେ ଗତି କରୁଛି ଏବଂ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଲଘୁଚାପର ରୂପ ନେଇପାରେ । ଏହା ପ୍ରଭାବରେ ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ଆସନ୍ତାକାଲି ପାଇଁ ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି । ତେବେ ବାଲେଶ୍ୱର, ଭଦ୍ରକ, ଢେଙ୍କାନାଳ, ଅନୁଗୁଳ, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଦେବଗଡ଼, ବରଗଡ଼ ଆଦି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ସମସ୍ତ ଜିଲ୍ଲାରେ ୭ ରୁ ୧୧ ସେଣ୍ଟିମିଟର ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking