24.1 C
Bhubaneswar
Thursday, January 9, 2025
Homeଓଡିଶା୩ ପର୍ଯ୍ୟନ୍ତ ଉତ୍ତର ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା

୩ ପର୍ଯ୍ୟନ୍ତ ଉତ୍ତର ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଗତ କିଛିଦିନ ହେବ ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଲାଗି ରହିଛି । ଉତ୍ତର ପଶ୍ଚିମ ବଙ୍ଗୋପସାଗର ତତ୍ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଥିବା ଲଘୁଚାପ କ୍ଷେତ୍ର ଆସନ୍ତା ୨୪ ଘଣ୍ଟାରେ ପଶ୍ଚିମ-ଉତ୍ତର, ପଶ୍ଚିମ ଦିଗରେ ଅଗ୍ରସର ହେବ । ଏହାର ପ୍ରଭାବରେ ଆସନ୍ତା ୩୧ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି । ତେବେ ଏହାରି ମଧ୍ୟ ପୁଣି ଏକ ଲଘୁଚାପ ସୃଷ୍ଟି ନେଇ ଆକଳନ କରିଛି ପାଣିପାଗ ବିଭାଗ । ଆସନ୍ତା ୩୧ରେ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ପୁଣି ଏକ ଘୂର୍ଣିବଳୟ ସମ୍ଭାବନା ରହିଛି । ଫଳରେ ଅଗଷ୍ଟ ୩ ତାରିଖ ପର୍ଯ୍ୟନ୍ତ ଉତ୍ତର ଓ ଆଭ୍ୟନ୍ତରୀଣ ଓଡିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଆସନ୍ତା ୨୪ ଘଣ୍ଟାରେ ପ୍ରବଳ ବର୍ଷା ହେବା ନେଇ ୬ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର ।

ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ, କେଉଁଝର, ସୁନ୍ଦରଗଡ଼ ଏବଂ ଯାଜପୁରକୁ ସତର୍କତା ଜାରି କରାଯାଇଛି । ଏହି ସବୁ ଜିଲ୍ଲାରେ ୭୦ ରୁ ୧୧୦ ମିଲିମିଟର ପର୍ଯ୍ୟନ୍ତ ବର୍ଷିବ । ସେହିପରି ମଙ୍ଗଳବାର ମୟୂରଭଞ୍ଜ, କେନ୍ଦୁଝର, ଭଦ୍ରକ ଓ ଯାଜପୁର ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହି ସବୁ ଜିଲ୍ଲାରେ ୧୨ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ । ଏହାବ୍ୟତୀତ ବାଲେଶ୍ୱର, କେନ୍ଦ୍ରାପଡ଼ା, କଟକ, ଢେଙ୍କାନାଳ ଓ ଅନୁଗୋଳ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ । ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏବେ ବି ରାଜ୍ୟରେ ୮ ପ୍ରତିଶତ ବର୍ଷା ନିଅଣ୍ଟ ରହିଛି । ୧୧ ଜିଲ୍ଲାରେ ୨୦ ରୁ ୫୯ ପ୍ରତିଶତ ବର୍ଷା ନିଅଣ୍ଟିଆ ରହିଥିବା ବେଳେ ସମ୍ଭାବ୍ୟ ଘୂର୍ଣ୍ଣିବଳୟ ଯୋଗୁଁ ଯେଉଁ ବର୍ଷା ହେବ-ସେଥିରେ ତାହା ଭରଣ ହେବ ବୋଲି ଆଶା କରାଯାଉଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking