31.1 C
Bhubaneswar
Monday, May 6, 2024
Homeଓଡିଶାଟ୍ୱିନ୍ ସିଟିରେ ପ୍ରବଳ ବର୍ଷା ସମ୍ଭାବନା; ସତର୍କ କଲା ପାଣିପାଗ ବିଭାଗ

ଟ୍ୱିନ୍ ସିଟିରେ ପ୍ରବଳ ବର୍ଷା ସମ୍ଭାବନା; ସତର୍କ କଲା ପାଣିପାଗ ବିଭାଗ

ଭୁବନେଶ୍ୱର: ସଂପ୍ରତି ଲଘୁଚାପ ପ୍ରଭାବରେ ତମାମ ରାଜ୍ୟରେ ପ୍ରବଳ ବର୍ଷା ଲାଗିରହିଛି । ସ୍ଥାନେ ସ୍ଥାନେ ଅତି ପ୍ରବଳ ବର୍ଷା ମଧ୍ୟ ହେଉଛି । ଏହି କ୍ରମରେ ଆଜି ସନ୍ଧ୍ୟାରୁ ଆସନ୍ତାକାଲି ସକାଳ ସୁଦ୍ଧା ଟ୍ୱିନ୍ ସିଟି କଟକ ଓ ଭୁବନେଶ୍ୱର ସମେତ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଥିବା ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି ।

ଏହି ସମୟ ମଧ୍ୟରେ ଟ୍ୱିନ୍ ସିଟି ଅଞ୍ଚଳରେ ୨-୩ ସେମି ପର୍ଯ୍ୟନ୍ତ ବର୍ଷା ହୋଇପାରେ । ଫଳରେ ତଳୁଆ ଅଞ୍ଚଳରେ ପାଣି ଜମିବା ସମ୍ଭାବନା ରହିଛି । କିଛି ସ୍ଥାନରେ ଜଳବନ୍ଦୀ ସମସ୍ୟା ମଧ୍ୟ ସୃଷ୍ଟି ହୋଇପାରେ । ସହରାଞ୍ଚଳରେ ତୀବ୍ର ବର୍ଷା ସମୟରେ ଦୃଶ୍ୟମାନ ଦୂରତା କମିବା ସହ ଟ୍ରାଫିକ ଜନିତ ସମସ୍ୟା ଉପୁଜିପାରେ ଏବଂ କଚ୍ଚା ରାସ୍ତା ପ୍ରଭାବିତ ହେବା ସହ ମାଟିଚାଳ ଘରର କାନ୍ଥ ପଡ଼ିବାର ସମ୍ଭାବନା ରହିଛି । ତେଣୁ, ବର୍ଷା ସମୟରେ ଏସବୁ ଦିଗ ପ୍ରତି ସଚେତନ ରହିବାକୁ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପରାମର୍ଶ ଦିଆଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking