37.5 C
Bhubaneswar
Saturday, June 27, 2026
Homeଓଡିଶାପ୍ରବଳ ବର୍ଷା ସମ୍ଭାବନା: ୪୦ରୁ ୫୦ କିମି ବେଗରେ ବହିବ ପବନ !

ପ୍ରବଳ ବର୍ଷା ସମ୍ଭାବନା: ୪୦ରୁ ୫୦ କିମି ବେଗରେ ବହିବ ପବନ !

ଭୁବନେଶ୍ୱର: ମୌସୁମୀ ବାୟୁ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲାରେ ବର୍ଷା ଜାରି ରହିଛି। ଆସନ୍ତା ସପ୍ତାହ ପର୍ଯ୍ୟନ୍ତ ପାଗରେ ସେପରି କିଛି ବିଶେଷ ପରିବର୍ତ୍ତନ ନ ଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଆକଳନ ଅନୁଯାୟୀ ଜୁଲାଇ ୨ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲାରେ ବର୍ଷା ହେବାର ସମ୍ଭାବନା ରହିଛି। ତେବେ ଜୁନ୍‌ ୩୦ ପର୍ଯ୍ୟନ୍ତ ବିଭିନ୍ନ ଜିଲାକୁ ଝଡ଼ବର୍ଷା ପାଇଁ ସତର୍କ କରାଯାଇଛି। ଶନିବାର ୧୦ ଜିଲା ଯଥା ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, କଟକ, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର ଏବଂ ମୟୂରଭଞ୍ଜକୁ ଝଡ଼ବର୍ଷା ନେଇ ଅରେଞ୍ଜ ଓ୍ବାର୍ନିଂ ଦିଆଯାଇଛି। ଏହି ସମୟରେ ପବନର ବେଗ ଘଣ୍ଟାପ୍ରତି ୪୦ ରୁ ୫୦ କି.ମି. ରହିବ। ବାକି ସମସ୍ତ ଜିଲାର କିଛି ସ୍ଥାନରେ ଝଡ଼ବର୍ଷା ନେଇ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ସେହିପରି ରବିବାର ସମସ୍ତ ଜିଲାରେ ବର୍ଷା ପାଇଁ ୟେଲୋ ଓ୍ବାର୍ନିଂ ଦିଆଯାଇଥିବାବେଳେ କନ୍ଧମାଳ, ରାୟଗଡ଼ା ଏବଂ କୋରାପୁଟ ଜିଲାର କିଛି ସ୍ଥାନରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରାଯାଇଛି। ବର୍ଷା ପାଇଁ ତାପମାତ୍ରାରେ ସାମାନ୍ୟ ହ୍ରାସ ଘଟିଥିଲେ ମଧ୍ୟ ଗୁଳୁଗୁଳି ଜାରି ରହିଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking