31.1 C
Bhubaneswar
Saturday, September 5, 2026
Homeଓଡିଶା୯ରୁ ଉତ୍ତରରେ ବଡ଼ ବର୍ଷା !

୯ରୁ ଉତ୍ତରରେ ବଡ଼ ବର୍ଷା !

ଭୁବନେଶ୍ବର : ସାରା ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମି ବାୟୁ ଦୁର୍ବଳ ଥିବାରୁ ଆସନ୍ତା ୮ ତାରିଖ ପର୍ଯ୍ୟନ୍ତ ପାଗ ଶୁଖିଲା ରହିବ। କିନ୍ତୁ, କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି। ଆସନ୍ତା ୯ ତାରିଖ ବେଳକୁ ଘୂର୍ଣ୍ଣିବଳୟ ପ୍ରଭାବରେ ମୟୂରଭଞ୍ଜ ଏବଂ ବାଲେଶ୍ବର ଜିଲା ସହ ଉପକୂଳବର୍ତ୍ତୀ କିଛି ସ୍ଥାନରେ ପ୍ରବଳ ବର୍ଷା ନେଇ ପାଣିପାଗ ବିଶେଷଜ୍ଞ ପୂର୍ବାନୁମାନ କରିଛନ୍ତି। ପାଣିପାଗ ବିଶେଷଜ୍ଞ ଶରତ ସାହୁ କହିଛନ୍ତି, ଆସନ୍ତା ୮ ତାରିଖ ବେଳକୁ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ପଶ୍ଚିମବଙ୍ଗ ଉପରିସ୍ଥ ବାୟୁମଣ୍ଡଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ସମ୍ଭାବ୍ୟ ଘୂର୍ଣ୍ଣିବଳୟ ପ୍ରଭାବରେ ଉତ୍ତର ଓଡ଼ିଶା ସହ ଉପକୂଳବର୍ତ୍ତୀ ଜିଲାଗୁଡ଼ିକରେ ପ୍ରବଳ ବର୍ଷା ହୋଇପାରେ। କିନ୍ତୁ, ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ ‌କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା କମ। ହେଲେ ଆସନ୍ତା ୧୩ କିମ୍ବା ୧୪ ତାରିଖ ବେଳକୁ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ଏହାର ପାର୍ଶ୍ବବର୍ତ୍ତୀ ମ୍ୟାଁମାର୍‌ ଉପକୂଳରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ସମ୍ଭାବ୍ୟ ଲଘୁଚାପ ଅବପାତ କିମ୍ବା ଗଭୀର ଅବପାତ ରୂପ ନେଇପାରେ। ହେଲେ, କେଉଁଆଡ଼େ ଗତି କରିବ, ଆସନ୍ତା ୧୦ତାରିଖ ବେଳକୁ ସ୍ପଷ୍ଟ ଆକଳନ କରାଯାଇପାରିବ ବୋଲି ସେ କହିଛନ୍ତି। ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନାନୁଯାୟୀ, ଶୁକ୍ରବାର ଭୁବନେଶ୍ବର, କଟକ ସହ ନୟାଗଡ଼, ମାଲକାନଗିରି, ବଲାଙ୍ଗିର, ହୀରାକୁଦ ଅଞ୍ଚଳ‌ରେ ଝିପିଝିପି ବର୍ଷା ହୋଇଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking