29.1 C
Bhubaneswar
Sunday, October 6, 2024
Homeଓଡିଶାରଥଯାତ୍ରା ଦିନ ପ୍ରବଳ ବର୍ଷା!

ରଥଯାତ୍ରା ଦିନ ପ୍ରବଳ ବର୍ଷା!

ଭୁବନେଶ୍ୱର: ଆସନ୍ତା ୭ ଏବଂ ୮ ତାରିଖରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ତେବେ କିଛି ଜିଲ୍ଲାରେ ବର୍ଷାର ପରିମାଣ ସ୍ୱଳ୍ପରୁ ମଧ୍ୟମ ଧରଣର ରହିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କହାଯାଇଛି ।
ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ମିଳିଥିବା ସୂଚନା ଅନୁସାରେ, ଆସନ୍ତାକାଲି ଅର୍ଥାତ ୬ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ । ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ୭ ତାରିଖରେ କନ୍ଧମାଳ, ଗଞ୍ଜାମ, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହି ସବୁ ଜିଲ୍ଲାରେ ୧୨ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ । ସେହିପରି ମୟୂରଭଞ୍ଜ, କେନ୍ଦୁଝର, କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଜପତି, ରାୟଗଡ଼ା ଓ କଳାହାଣ୍ଡି ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ । ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୮ ତାରିଖରେ ମୟୂରଭଞ୍ଜ,କେନ୍ଦୁଝର, କନ୍ଧମାଳ, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି ଓ ନବରଙ୍ଗପୁର ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ । ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୯ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ ଓ ଝାରସୁଗୁଡ଼ା ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ । ସେଥିପାଇଁ ୟେଲୋ ୱାର୍ଣ୍ଣିଂ ମଧ୍ୟ ଜାରି କରାଯାଇଛି ।
ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ୭ ଓ ୮ ଦୁଇଦିନ ଧରି ପୁରୀରେ ବର୍ଷା ହେବାର ପୂର୍ବାନୁମାନ କରାଯାଇଛି । ଅପରପକ୍ଷେ ରାଜ୍ୟରେ ଆଜି ସୁଦ୍ଧା ୧୯୧.୧ ମିଲିମିଟର ବର୍ଷା ରେକର୍ଡ କରାଯାଇଛି । ଏବେ ବି ୨୫ ପ୍ରତିଶତ ନିଅଣ୍ଟିଆ ବର୍ଷା ସ୍ଥିତି ରହିଛି । ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଆସନ୍ତା ୭ ତାରିଖରେ ଲଘୁଚାପର ରୂପ ନେବ ଓ ୮ ତାରିଖରେ ଆଭ୍ୟନ୍ତରୀଣ ଓଡିଶା ଓ ଛତିଶଗଡ ଉପରେ ରହିବା ସମ୍ଭାବନା ରହିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking