29.1 C
Bhubaneswar
Saturday, April 27, 2024
Homeବ୍ରେକୀଙ୍ଗଏହି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ର ଆଶଙ୍କା

ଏହି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ର ଆଶଙ୍କା

ଭୁବନେଶ୍ୱର : ଗତ କିଛିଦିନ ଧରି ଖରା ହେବା ପରେ ଏବେ ସୃଷ୍ଟି ହୋଇଥିବା ଲଘୁଚାପ କାରଣରୁ ପୁଣି ରାଜ୍ୟ ବର୍ଷା ରେ ଭିଜିବା ନେଇ ସୂଚନା ମିଳିଛି ତେବେ ରାଜ୍ୟର କିଛି ଜାଗାରେ ବର୍ଷା ଆରମ୍ଭ ହୋଇଯାଇଥିବା ବେଳେ କିଛି ନିର୍ଦିଷ୍ଟ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।
ଉତ୍ତର-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟରେ କେତେକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ପଶ୍ଚିମ ଓଡ଼ିଶାର ୭ଟି ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ରେଡ଼ ୱାର୍ଣ୍ଣିଂ ଜାରି କରାଯାଇଛି । ୭ ଜିଲ୍ଲାଗୁଡ଼ିକ ବରଗଡ଼, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, ସମ୍ବଲପୁର, ଝାରସୁଗୁଡ଼ା ଓ ଦେବଗଡ଼ । ଏହାସହ ସୋନପୁର, ବୌଦ୍ଧ, ଅନୁଗୁଳ, ସୁନ୍ଦରଗଡ଼ ଓ କେନ୍ଦୁଝରରେ ମଧ୍ୟ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଅନ୍ୟପଟେ ମତ୍ସ୍ୟଜୀବୀମାନଙ୍କୁ ମଧ୍ୟ ସମୁଦ୍ରକୁ ନଯିବାକୁ ପରାମର୍ଶ ଦିଆଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking