ଭୁବନେଶ୍ୱର: ପୁଣି ଥରେ ଓଡ଼ିଶା ଉପରେ ପ୍ରକୃତିର ତାଣ୍ଡବ। ଲଘୁଚାପ ପ୍ରଭାବନରେ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା । ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର ଏବଂ ବରଗଡ଼ ଜିଲ୍ଲାକୁ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ରେଡ୍ ଆଲର୍ଟ ଜାରି । ଏସବୁ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷାର ସମ୍ଭାବନା ରହିଛି । ସେହିପରି ନୂଆପଡ଼ା, ବଲାଙ୍ଗିର, ସୋନପୁର, ବୌଦ୍ଧ, ଅନୁଗୁଳ, ଢ଼େଙ୍କାନାଳ, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି ହୋଇଛି ।ରାୟଗଡ଼ା, ଗଞ୍ଜାମ, ଗଜପତି ଜିଲ୍ଲାକୁ ଛାଡ଼ି ବାକି ଜିଲ୍ଲା ମାନଙ୍କ ପାଇଁ ଜାରି ହୋଇଛି ୟେଲୋ ଆଲର୍ଟ । ପ୍ରବଳ ବର୍ଷାକୁ ଆଖି ଆଗରେ ରଖି ସମ୍ବଲପୁର, ବରଗଡ଼, ସୁନ୍ଦରଗଡ଼ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା କରାଯାଇଛି। ପାଣିପାଗ ବିଭାଗର ବୁଲେଟିନ୍ ଅନୁଯାୟୀ, ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ସିଷ୍ଟମ୍ ବର୍ତ୍ତମାନ କ୍ରମାଗତ ଭାବେ ପଶ୍ଚିମ ଏବଂ ଉତ୍ତର-ପଶ୍ଚିମ ଦିଗରେ ଗତି କରୁଛି। ଧୀରେ ଧୀରେ ଏହା ଓଡ଼ିଶା ଉପକୂଳ ଦେଇ ସ୍ଥଳଭାଗ ଅତିକ୍ରମ କରିବ। ଏହାର ପ୍ରଭାବରେ ରାଜ୍ୟର ପାଣିପାଗ ସମ୍ପୂର୍ଣ୍ଣ ବଦଳିଯାଇଛି।










