ଭୁବନେଶ୍ୱର: ବଙ୍ଗୋପସାଗରରେ ଅବପାତ ସୃଷ୍ଟି ହୋଇଥିବାବେଳେ ଆସନ୍ତା ୧୧ ତାରିଖ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଭୀଷଣ ବର୍ଷା ନେଇ ୭ଟି ଜିଲ୍ଲାକୁ ରେଡ ୱାର୍ଣ୍ଣିଂ ଜାରି କରାଯାଇଛିି । ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିଦେ୍ର୍ଧଶିକା ମନୋରମା ମହାନ୍ତି ସୂଚନା ଦେଇଛନ୍ତି । ସମ୍ପୃକ୍ତ ଜିଲ୍ଲାଗୁଡ଼ିକ ହେଲା ପୁରୀ, ଜଗତସିହପୁର, କଟକ, ଖୋର୍ଦ୍ଧା, ନୟାଗଡ଼, ଡେଙ୍କାନାଳ ଓ ଅନୁଗୁଳ । ଏସବୁ ଜିଲ୍ଲାଗୁଡ଼ିକରେ ଭୀଷଣ ବର୍ଷା ହେବା ସହ ୪୦ରୁ ୫୦ କିମି ବେଗରେ ପବନ ବୋହିବାର ସମ୍ଭାବନା ରହିଛି । ସେହିପରି ପାହାଡ଼ିଆ ଅଞ୍ଚଳରେ ଭୂସ୍ଖଳନ ହେବାର ସମ୍ଭାବନା ରହିଛି । ସମୁଦ୍ର ମଧ୍ୟ ଅଶାନ୍ତ ରହିବ । ୧୧ ତାରିଖ ଯାଏଁ ସମୁଦ୍ର ଭିତରକୁ ନଯିବା ପାଇଁ ବାରଣ କରାଯାଇଛି ।