30.1 C
Bhubaneswar
Sunday, May 5, 2024
Homeଓଡିଶା୭ ଯାଏ ରାଜ୍ୟରେ ପ୍ରବଳ ବର୍ଷା

୭ ଯାଏ ରାଜ୍ୟରେ ପ୍ରବଳ ବର୍ଷା

ଭୁବନେଶ୍ୱର : ରାଜ୍ୟରେ ଏବେ ମୌସୁମୀ ଦୁର୍ବଳ ହେବାରେ ଲାଗିଛି । କିନ୍ତୁ ଏହାରି ମଧ୍ୟରେ ଆସନ୍ତା ୭ ତାରିଖ ଯାଏ ରାଜ୍ୟର କେତେକ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି । ଏହାସହ ଆଜି ପୂର୍ବାହ୍ନ ସୁଦ୍ଧା କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଓ ଜଗତ୍‌ସିଂହପୁର ଜିଲ୍ଲାରେ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି । ଏଥିସହ ୬ ତାରିଖ ସୁଦ୍ଧା ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ ଓ ସମ୍ବଲପୁର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ‌ହୋଇପାରେ। ଆଭ୍ୟନ୍ତରୀଣ ଓ ପଶ୍ଚିମ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହେବାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଏହାପରେ ବର୍ଷାର ପରିମାଣ କମିବ। ମୌସୁମୀ ଦୁର୍ବଳ ରହିଥିବାରୁ ୧୦ ତାରିଖ ଯାଏ ଆଶାନୁଯାୟୀ ବର୍ଷା ହେବ ନାହିଁ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking