24.1 C
Bhubaneswar
Thursday, May 9, 2024
Homeଓଡିଶାଆଜିଠୁ ଧୁମ ଛେଚିବ

ଆଜିଠୁ ଧୁମ ଛେଚିବ

ଭୁବନେଶ୍ୱର : ମୌସୁମୀ ଟ୍ରଫ୍‌-ଲାଇନ୍‌ ଏବେ ପୂର୍ବରେ ଉତ୍ତରମୁହାଁ ହୋଇଛି । ଏହା ଏବେ ବିହାର, ଉତ୍ତରବଙ୍ଗ, ବାଂଲାଦେଶ ମଧ୍ୟ ଦେଇ ଗତି କରୁଛି । ଏଣୁ ରାଜ୍ୟରେ ମୌସୁମୀର ଦୁର୍ବଳ ସ୍ଥିତି ଜାରି ରହିଛି । ସେହିପରି ଉତ୍ତର ବଙ୍ଗୋପସାଗର ଏବଂ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳ ସମୁଦ୍ର ପତ୍ତନଠାରୁ ୧.୫ ରୁ ୫.୮ ଉଚ୍ଚତାରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ଆସନ୍ତା ତିନିଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି ।

କେନ୍ଦ୍ରର ପୂର୍ବାନୁମାନ ଅନୁଯାୟୀ, ଆସନ୍ତା ୨୪ ଘଣ୍ଟା ମଧ୍ୟରେ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର ଏବଂ କେନ୍ଦ୍ରାପଡା ଜିଲାର ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ଅନୁଗୋଳ, ଖୋର୍ଦ୍ଧା ଏବଂ ନୟାଗଡ଼ ଜିଲାର କିଛି ସ୍ଥାନରେ ବିଜୁଳି ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି । ଉପରୋକ୍ତ ଜିଲାଗୁଡ଼ିକୁ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି ।

ସେହିପରି ୫ ତାରିଖରେ ଉତ୍ତର ଓ ଦକ୍ଷିଣ ଓଡ଼ିଶାର କେତେକ ଅଞ୍ଚଳରେ ବିଜୁଳି ଘଡଘଡି ସହ ବର୍ଷା ହୋଇପାରେ । ସୁନ୍ଦରଗଡ, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ଭଦ୍ରକ ଏବଂ ବାଲେଶ୍ବରରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସମସ୍ତ ଜିଲାପାଳ ଏବଂ ମହାନଗର ନିଗମ ଆୟୁକ୍ତମାନେ ସତର୍କ ରହିବା ପାଇଁ ସ୍ବତନ୍ତ୍ର ରିଲିଫ୍‌ ଆୟୁକ୍ତ (ଏସଆରସି) ପରାମର୍ଶ ଦେଇଛନ୍ତି। ସୂଚନା ଯେ, ରାଜ୍ୟରେ ନିଅଣ୍ଟିଆ ବର୍ଷାର ପରିମାଣ ବଢ଼ିବାରେ ଲାଗିଛି । ୧ ଜୁନ୍‌ରୁ ୩ ଅଗଷ୍ଟ ପର୍ଯ୍ୟନ୍ତ ରାଜ୍ୟରେ ମୋଟ୍‌ ଉପରେ ୪୬୫.୯ ମିମି ବର୍ଷା ହୋଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking