31.1 C
Bhubaneswar
Friday, March 29, 2024
Homeଓଡିଶା୨୨ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

୨୨ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: କାଲି ସକାଳ ଯାଏଁ ରାଜ୍ୟର ୨୨ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୫ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି କରାଯାଇଛି । ସେହି ୫ ଜିଲ୍ଲା ମଧ୍ୟରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡା, ମୟୁରଭଂଜ ଜିଲ୍ଲା ସାମିଲ ରହିଛି । ଅନ୍ୟ ୧୭ ଜିଲ୍ଲାରେ ବଜ୍ରପାତ ସହ ପ୍ରବଳ ବର୍ଷା ସମ୍ଭାବନା ରହିଛି । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଂଜାମ, ଗଜପତି, କଳାହାଣ୍ଡି, କନ୍ଧମାଳ, ରାୟଗଡା, ବୌଦ୍ଧ, ଢେଙ୍କନାଳ ଓ କେନ୍ଦୁଝରରେ ବର୍ଷା, ବଜ୍ରପାତ ସମ୍ଭାବନା ରହିଛି । ସଂପୃକ୍ତ ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ସତର୍କ ରହିବାକୁ ଏସଆରସି ନିର୍ଦ୍ଦେଶ ଦେଇଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking