33.1 C
Bhubaneswar
Wednesday, April 24, 2024
Homeଓଡିଶା୯ ଯାଏ ଅତି ପ୍ରବଳ ବର୍ଷା!

୯ ଯାଏ ଅତି ପ୍ରବଳ ବର୍ଷା!

ଭୁବନେଶ୍ୱର: ଅଗଷ୍ଟ ପ୍ରଥମ ଓ ଦ୍ୱିତୀୟ ସପ୍ତାହରେ ଦୁଇ ଦୁଇଟି ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁଯାୟୀ, ଝାଡ଼ଖଣ୍ଡ ଓ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଏକ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ୩.୧ କିମି ଉଚ୍ଚତାରେ ରହିଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଅଧିକ ଘନୀଭୂତ ହୋଇ ଉତ୍ତର-ପଶ୍ଚିମ ଓ ସଂଲଗ୍ନ ପଶ୍ଚି-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ । ଏହା ପ୍ରଭାବରେ ୭ରୁ ୯ତାରିଖ ଯାଏ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ । ଏହାପରେ ୧୩ ତାରିଖ ଆଡ଼କୁ ଆଉ ଏକ ଲଘୁଚାପ ସୃଷ୍ଟି ହେବ । ଫଳରେ ରାଜ୍ୟରେ ପୁଣି ପ୍ରବଳ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି । ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ଥିବାବେଳେ ଉତ୍ତର ଓଡ଼ିଶାରେ ବହୁତ କମ୍ ବର୍ଷା ହେବାର ସମ୍ଭାବନା ରହିଛି । ବର୍ଷା ପ୍ରଭାବରେ ତଳୁଆ ଅଞ୍ଚଳରେ ପାଣି ଜମିବ ସହ କଚ୍ଚା ରାସ୍ତା ଓ କଚ୍ଚା ଘର ପ୍ରଭାବିତ ହେବାର ଆଶଙ୍କା କରାଯାଉଛି । ଅତିପ୍ରବଳ ବର୍ଷା ପ୍ରଭାବରେ ଅସୁରକ୍ଷିତ ପାହାଡିଆ ଅଞ୍ଚଳରେ ଭୂସ୍ଖଳନ ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍ କରି ସୂଚନା ଦିଆଯାଇଛି । ଆଜି ସକାଳ ୮ଟା୩୦ ରୁ ଦିନ ୧୧.୩୦ ସୁଦ୍ଧା ପର୍ଯ୍ୟନ୍ତ ବର୍ଷାର ପରିମାଣ ରେକର୍ଡ କରାଯାଇଛି । ପୁରୀରେ ୮୭.୦ ମିମି ବର୍ଷା ହୋଇଥିବା ବେଳେ ଭୁବନେଶ୍ୱରରେ ୨୪.୬ ମିମି, ପାରାଦୀପରେ ୧୫ ମିମି, ଚାନ୍ଦବାଲିରେ ୧୫ମିମି, ବାଲେଶ୍ୱରରରେ ୧୩ ମିମି ଓ ଗୋପାଳପୁରରେ ୬ ମିମି ବର୍ଷା ରେକର୍ଡ କରାଯାଇଛି । ୭ ତାରିଖରୁ ମତ୍ସ୍ୟଜୀବୀମାନଙ୍କୁ ଗଭୀର ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking