20.1 C
Bhubaneswar
Thursday, January 23, 2025
Homeଓଡିଶାଦକ୍ଷିଣ ଓଡ଼ିଶାର ୫ଜିଲ୍ଲାରେ ପ୍ରବଳ ବର୍ଷିବ

ଦକ୍ଷିଣ ଓଡ଼ିଶାର ୫ଜିଲ୍ଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର: ବଙ୍ଗୋପସାଗରର ଉତ୍ତର ଉପକୂଳ ଆନ୍ଧ୍ରପ୍ରଦେଶରେ ସମୁଦ୍ର ପତନ ଠାରୁ ୩.୧ କିଲୋମିଟର ଉଚ୍ଚତାରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏଥିସହ ମୌସୁମୀ ନିମ୍ନ ଚାପ ରେଖା ଆଜି (ବୁଧବାର) ରାଜସ୍ଥାନର ବିକାନେରରୁ ବାହାରି ଗୱାର୍ଲିୟର, ସିଦ୍ଧି, ଗୟା ମଧ୍ୟ ଦେଇ ପଶ୍ଚିମବଙ୍ଗର ବାଲୁରଘାଟରୁ ଉତ୍ତର-ପୂର୍ବ-ଦିଗରେ ଅରୁଣାଚଳ-ପ୍ରଦେଶ ଯାଏଁ ଲମ୍ବିଛି । ଗତ ୨୪ ଘଣ୍ଟାରେ ରାଜ୍ୟରେ ୬.୧ ମିମି ବର୍ଷା ରେକର୍ଡ କରାଯାଇଛି; ଯାହା ସ୍ୱାଭାବିକ ବର୍ଷା ୯.୬ ମିମି ତୁଳନାରେ ୩୭ % କମ୍ ।

ତେବେ, ବଙ୍ଗୋପସାଗରର ଉତ୍ତର ଉପକୂଳ ଆନ୍ଧ୍ରପ୍ରଦେଶରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍ ୧୩ ଜୁଲାଇ, ଗୁରୁବାର ଅପରାହ୍ନ ମଧ୍ୟରେ ଦକ୍ଷିଣ ଓଡ଼ିଶାର ଗଜପତି, ରାୟଗଡ଼ା, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ପ୍ରଭୃତି ୫ଟି ଜିଲ୍ଲାରେ ମଧ୍ୟରୁ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଏପରିକି ସ୍ଥଳ ବିଶେଷରେ ବର୍ଷାର ପରିମାଣ ୭ରୁ ୧୧ ମିମି ପର୍ଯ୍ୟନ୍ତ ମଧ୍ୟ ହୋଇପାରେ । ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲାକୁ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking