25.1 C
Bhubaneswar
Thursday, March 19, 2026
Homeଓଡିଶାଏହି ସବୁ ଜିଲ୍ଲାରେ ହେବ ପ୍ରବଳ ବର୍ଷା

ଏହି ସବୁ ଜିଲ୍ଲାରେ ହେବ ପ୍ରବଳ ବର୍ଷା

ଭୁବନେଶ୍ୱର : ବଙ୍ଗୋପସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା। ଆହୁରି ୩ ଦିନ ରାଜ୍ୟରେ ବର୍ଷା ଜାରି ରହିବ। ଆଜି ୩ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୩ ଜିଲ୍ଲା ଜଗତସିଂହପୁର, କେନ୍ଦ୍ରାପଡ଼ା ଓ ଭଦ୍ରକକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏସବୁ ଜିଲ୍ଲାର କିଛି ସ୍ଥାନରେ ୧୨ରୁ ୨୦ ସେଣ୍ଟିମିଟର ଯାଏ ବର୍ଷା ହୋଇପାରେ।ସେହିପରି ବରଗଡ଼, ଝାରସୁଗୁଡ଼ା, ସମ୍ୱଲପୁର, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଯାଜପୁର, ଢେଙ୍କାନାଳ, ଅନୁଗୋଳ, କଟକ, ପୁରୀ ଓ ଖୋର୍ଦ୍ଧା ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ୟ୍ୟନ୍ତ ବର୍ଷା ହେବ। ଏଥିସହ ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ବୋହିବ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ଆସନ୍ତାକାଲିଠାରୁ ବର୍ଷା ପ୍ରଭାବ ସାମାନ୍ୟ କମିପାରେ। ଶନିବାର ଝାରସୁଗୁଡ଼ା, ବରଗଡ଼ ଓ ସୁନ୍ଦରଗଡ଼ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ଦେବଗଡ଼, ସମ୍ୱଲପୁର, ସୋନପୁର ଓ ବୌଦ୍ଧ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ୟ୍ୟନ୍ତ ବର୍ଷା ହେବ। ଏଥିସହ ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ବୋହିବ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ରବିବାର ୧ ତାରିଖରେ ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼ ଓ କେନ୍ଦୁଝର ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking