30.1 C
Bhubaneswar
Sunday, March 22, 2026
Homeଓଡିଶାଏହି ସବୁ ଜିଲ୍ଲାରେ ହେବ ପ୍ରବଳ ବର୍ଷା

ଏହି ସବୁ ଜିଲ୍ଲାରେ ହେବ ପ୍ରବଳ ବର୍ଷା

ଭୁବନେଶ୍ବର :  ୧୧ ତାରିଖ ପର୍ୟ୍ୟନ୍ତ ରାଜ୍ୟରେ ନିର୍ଧୁମ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୫ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଓ ଗଞ୍ଜାମ ଜିଲ୍ଲାକୁ ସତର୍କତା ଜାରି କରାଯାଇଛି। ଏହି ଜିଲ୍ଲା ଗୁଡିକରେ ୭୦ ରୁ ୨୦୦ ମିଲିମିଟର ପର୍ୟ୍ୟନ୍ତ ବର୍ଷା ହୋଇପାରେ।ଏହା ସହ ୯ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି। ୯ ତାରିଖରେ ବଢିବ ବର୍ଷାର ପରିମାଣ । ଏଥିପାଇଁ ୯ ଜିଲ୍ଲାକୁ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି ହୋଇଛି। କଳାହାଣ୍ଡି, କନ୍ଧମାଳ,ବୌଦ୍ଧ,ଗଜପତି,ଗଞ୍ଜାମ, ନୟାଗଡ଼,ଖୋର୍ଦ୍ଧା ପୁରୀ ,କଟକକୁ ସତର୍କତା ଜାରି କରାଯାଇଛି। ସେହିଭଳି ୧୬ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।
୧୦ ତାରିଖ ପାଇଁ ୯ ଜିଲ୍ଲାକୁ ଆରେଞ୍ଜ ଆଲର୍ଟ ଜାରି କରାଯାଇଛି। କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ବଲାଙ୍ଗୀର , ସୋନପୁର,ବରଗଡ଼, ସମ୍ବଲପୁର, ଅନୁଗୁଳ ଓ ଢେଙ୍କାନାଳ। ପ୍ରବଳ ବର୍ଷା ସହ ଘଣ୍ଟାପ୍ରତି ୪୦ ରୁ ୫୦ କିଲୋମିଟର ବେଗରେ ବହିବ ପବନ। ଫଳରେ ସମୁଦ୍ର ଅଶାନ୍ତ ରହିବ। ଏଥିପାଇଁ ଆସନ୍ତାକାଲି ଠାରୁ ୧୦ ତାରିଖ ପର୍ୟ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ନଯିବା ପାଇଁ ପରାମର୍ଶ ଦିଆଯାଇଛି। ଆଜି ସୁଦ୍ଧା ସମସ୍ତ ମତ୍ସ୍ୟଜୀବୀମାନେ ଫେରି ଆସିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking