13.1 C
Bhubaneswar
Sunday, December 7, 2025
Homeଓଡିଶାପ୍ରବଳ ବର୍ଷା: ଆଗାମୀ ୩ ଘଣ୍ଟା ପର୍ଯ୍ୟନ୍ତ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ପ୍ରବଳ ବର୍ଷା: ଆଗାମୀ ୩ ଘଣ୍ଟା ପର୍ଯ୍ୟନ୍ତ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ରାଜ୍ୟର ୧୪ ଜିଲ୍ଲାକୁ ସତର୍କ ରହିବାକୁ ପରାମର୍ଶ । ଆଗାମୀ ୩ ଘଣ୍ଟା ପର୍ଯ୍ୟନ୍ତ ୧୪ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରି ସତର୍କ ରହିବାକୁ ପରାମର୍ଶ ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବର୍ଷା ଘଡ଼ଘଡ଼ି ସହ ଝଡ଼ ତୋଫାନର ପୂର୍ବାନୁମାନ କରି ଅନୁଗୁଳ, ଦେବଗଡ଼, ବରଗଡ଼, ଝାରୁସୁଗୁଡ଼ା, ବାଲେଶ୍ବର, ମୟୂରଭଞ୍ଜ, କେନ୍ଦୁଝର, ଗଞ୍ଜାମ, ଗଜପତି, ନୟାଗଡ଼, କଟକ, ଖୋର୍ଦ୍ଧା, ଯାଜପୁର, ପୁରୀ ଏବଂ ଢେଙ୍କାନାଳ । ଏହିସବୁ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଆଗାମୀ ୩ ଘଣ୍ଟା ମଧ୍ୟରେ ବର୍ଷା ଓ ଘଡ଼ଘଡ଼ି ଘଡ଼ଘଡ଼ି ସହ ଝଟକା ପବନ  ୩୦-୪୦ କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।

ସେହିପରି ଅକ୍ଟୋବର ୭ ତାରିଖ ପାଇଁ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଭଳି ଜିଲ୍ଲା ଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହିସବୁ ଜିଲ୍ଲା ଗୁଡ଼ିକର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ  ୩୦-୪୦ କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking