31.2 C
Bhubaneswar
Sunday, August 9, 2026
Homeଓଡିଶାସାରା ଓଡ଼ିଶାରେ ଆଜି ପ୍ରବଳ ବର୍ଷା, ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ସାରା ଓଡ଼ିଶାରେ ଆଜି ପ୍ରବଳ ବର୍ଷା, ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଆଜି ସାରା ଓଡ଼ିଶାରେ ପ୍ରବଳ ବର୍ଷିବ । ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଆଜି ପୁରା ଓଡ଼ିଶାକୁ ସତର୍କତା ଜାରୀ କରିଛି ପାଣିପାଗ ବିଭାଗ। ଆଜି ସକାଳ ସାଢେ ୮ଟା ପର୍ଯ୍ୟନ୍ତ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୪ ଜିଲ୍ଲାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ଏହି ଜିଲ୍ଲଗୁଡିକ ହେଉଛି ବରଗଡ଼, ଝାରସୁଗୁଡା, ସୁନ୍ଦରଗର, ସମ୍ବଲପୁର। ଏହାଛଡା ବାକି ୨୬ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟୋଲୋ ୱାର୍ଣ୍ଣିଂ ଜାରି ହୋଇଛି । ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ କ୍ଷେତ୍ର ପ୍ରଭାବରେ ପାଗରେ ପରିବର୍ତ୍ତନ ଆସିବାର ସମ୍ଭାବନା ରହିଛି । ଆଗାମୀ ୫ ଦିନ ପାଇଁ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଆଜି ସକାଳ ସାଢେ ୮ଟାରୁ କାଲି ସକାଳ ସାଢେ ୮ଟା ପର୍ଯ୍ୟନ୍ତ ୧୬ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ଆକଳନ କରାଯାଇଛି । ବିଶେଷକରି ପଶ୍ଚିମ ଓଡ଼ିଶା, ଉତ୍ତର ଓଡ଼ିଶା ଏବଂ ଉତ୍ତର-ଊପକୁଳ ଓଡ଼ିଶାରେ ପ୍ରବଳ ବର୍ଷା ସହ ବଜ୍ରପାତ ନେଇ ସତର୍କତା ଜାରି କରାଯାଇଛି । ସମୁଦ୍ର ପରିସ୍ଥିତି ଅନୁକୂଳ ନଥିଲେ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ନଯିବା ପାଇଁ ପରାମର୍ଶ ଦିଆଯାଇଛି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking