ଭୁବନେଶ୍ୱର: ଲଘୁଚାପ ପ୍ରଭାବରେ ଆଜି ରାଜ୍ୟରେ ପ୍ରବଳ ବର୍ଷା । ଆସନ୍ତା ୨୨ରୁ ୨୬ ଯାଏଁ ପ୍ରବଳ ବର୍ଷା ନେଇ ଆକଳନ କରିଛି ପାଣିପାଗ ବିଭାଗ । ୨୨ ତାରିଖରେ ଗଜପତି, ଗଞ୍ଜାମ ଓ ପୁରୀ ଜିଲ୍ଲାର କେତେକ ସ୍ଥାନରେ ଅତି ପ୍ରବଳ ବର୍ଷା ପାଇଁ ଅରେଞ୍ଜ ଚେତାବନୀ ଜାରି ହୋଇଛି । ୨୩ ତାରିଖରୁ କନ୍ଧମାଳ, ଗଜପତି, ଗଞ୍ଜାମ ଓ ପୁରୀର କେତେକ ସ୍ଥାନରେ ଅତି ପ୍ରବଳରୁ ଅତ୍ୟନ୍ତ ପ୍ରବଳ ବର୍ଷା ହେବାର ଆଶଙ୍କା ଥିବାରୁ ରେଡ ୱାର୍ଣ୍ଣିଂ ଜାରି ହୋଇଛି । ୨୨ରୁ ୨୪ ତାରିଖ ଯାଏଁ ମତ୍ସ୍ୟଜୀବିଙ୍କୁ ସମୁଦ୍ର ନଯିବାକୁ ପରାମର୍ଶ ଦିଆଯାଇଛି । ସେପଟେ ସତର୍କ ରହିବାକୁ ସବୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଏସଆରସି ।










