34.1 C
Bhubaneswar
Friday, March 29, 2024
Homeଓଡିଶାଆସନ୍ତା ୪୮ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଆସନ୍ତା ୪୮ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର :  ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଓଭ୍ୟନ୍ତରୀଣ ଓଡିଶାର ଅଧିଂକାଶ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ୨୪ ଘଣ୍ଟା ମଧ୍ୟରେ ସୁନ୍ଦରଗଡ, ଝାରସୁଗୁଡା, ବରଗଡ, ସମ୍ବଲପୁର, ଦେବଗଡ ଏବଂ ସୋନପୁରରେ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ପ୍ରଦାନ କରାଯିବା ସହ ଏହି ଜିଲ୍ଲାଗୁଡିକୁ ଅରେଂଜ ଆଲର୍ଟ ଜାରି କରାଯାଇଛି । ଅନ୍ୟପଟେ କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ଯାଜପୁର, ଭଦ୍ରକ, ବଲାଙ୍ଗୀର ଓ ବୌଦ୍ଧ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ମାତ୍ରାରେ ବର୍ଷାର ସମ୍ଭାବନା ରହିଥିବାରୁ ତାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି । ଅନ୍ୟପଟେ ସୋମବାର ସୁଦ୍ଧା ସୋମବାର ଅପରାହ୍ନ ସୁଦ୍ଧା ସୁନ୍ଦରଗଡ, ଦେବଗଡ, ନୂଆପଡା, କାଳାହାଣ୍ଡି, କନ୍ଧମାଳ, କଟକ ଏବଂ ଅନୁଗୁଳ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହଥିବାରୁ ଏହି ସମସ୍ତ ଜିଲ୍ଲା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking