28.1 C
Bhubaneswar
Sunday, September 8, 2024
Homeଓଡିଶାରାଜ୍ୟରେ ଜାରି ରହିଛି ଲଗାଣ ବର୍ଷା

ରାଜ୍ୟରେ ଜାରି ରହିଛି ଲଗାଣ ବର୍ଷା

ଭୁବନେଶ୍ୱର : ମୌସୁମୀ ବାୟୁ ରାଜ୍ୟରେ ଦକ୍ଷିଣ ପଶ୍ଚିମରେ ସକ୍ରିୟ ରହିଛି । ଏହାର ପ୍ରଭାବରେ ରାଜ୍ୟରେ ଲଗାଣ ବର୍ଷା ଜାରି ରହିଛି । ବଙ୍ଗୋପସାଗରରେ ସୃଷ୍ଟ ଅବପାତ ପ୍ରଭାବରେ ଆଗାମୀ ୨୫ ତାରିଖ ଯାଏଁ ବର୍ଷା ହେବାର ସମ୍ଭାବନା ରହିଛି । ଚିଲିକା ଉପରେ ଥିବା ଅବପାତ ଦୁର୍ବଳ ହୋଇ ୱେଲ ମାର୍କଡ ଲୋ ପ୍ରେସରରେ ପରିଣତ ହୋଇଛି । ଲଘୁଚାପ ପ୍ରଭାବରେ ଆଗାମୀ ପାଞ୍ଚ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ପରିମାଣ ବୃଦ୍ଧି ପାଇବ । କୋରାପୁଟ, ନବରଙ୍ଗପୁର, ଗଞ୍ଜାମ, କଳାହାଣ୍ଡି, ରାୟଗଡା ଓ ଗଜପତିରେ ମଧ୍ୟ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । କେତେକ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ଆସନ୍ତା କାଲି କୋରାପୁଟ, କଳାହାଣ୍ଡି, ଗଜପତି, ରାୟଗଡ଼ା, କନ୍ଧମାଳ ଓ ଗଞ୍ଜାମ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାକୁ ଥିବା ବେଳେ ମାଲକାନଗିରି, ନବରଙ୍ଗପୁର, ପୁରୀ, ଖୋର୍ଦ୍ଧା, କେନ୍ଦ୍ରାପଡ଼ା, ଜଗତସିଂହପୁର, ବାଲେଶ୍ବର, ଭଦ୍ରକ, ମୟୂରଭଞ୍ଜ, ଯାଜପୁର, କେନ୍ଦୁଝର ଓ କଟକ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ପୂର୍ବାନୁମାନ କରାଯାଇଛି । ଲଗାଣ ବର୍ଷାରେ ଅଧିକ ପ୍ରଭାବିତ ହୋଇଛି ଦକ୍ଷିଣ ଓଡ଼ିଶାର ମାଲକାନଗିରି, କୋରାପୁଟ ଓ ନବରଙ୍ଗପୁର ।

 

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking