ଭୁବନେଶ୍ୱର: ରାଜ୍ୟରେ ଲଘୁଚାପ ସକ୍ରିୟ ରହିଛି । ଲଘୁଚାପ ପ୍ରଭାବରେ ସାରା ଓଡ଼ିଶାରେ ବର୍ଷା ଲାଗି ରହିଛି । ଆଜି ପାଇଁ ମୟୂରଭଞ୍ଜ, ଯାଜପୁର, କେନ୍ଦୁଝର, ଭଦ୍ରକ, ବାଲେଶ୍ୱର, ସୁନ୍ଦରଗଡ଼, ସମ୍ବଲପୁରରେ ପ୍ରବଳ ବର୍ଷା ନେଇ ଅରେଞ୍ଜ ଆଲର୍ଟ ଜାରି ହୋଇଛି । ପ୍ରବଳ ବର୍ଷା ସହ ବ୍ରଜପାତ ନେଇ ଚେତାବନୀ ଦେଇଛି ପାଣିପାଗ ବିଭାଗ । ଲଘୁଚାପ ପ୍ରଭାବରେ ସାରା ଓଡ଼ିଶାରେ ବର୍ଷା ଲାଗି ରହିଛି। ପ୍ରବଳରୁ ଅତିପ୍ରବଳ ବର୍ଷା ପାଇଁ ଆଜି ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ମୟୂରଭଞ୍ଜ, ଯାଜପୁର, କେନ୍ଦୁଝର, ଭଦ୍ରକ, ବାଲେଶ୍ୱର, ସୁନ୍ଦରଗଡ଼, ସମ୍ବଲପୁରରେ ପ୍ରବଳ ବର୍ଷା ହେବ । ମୟୂରଭଞ୍ଜ ଜିଲ୍ଲାରେ ଭୀଷଣ ବର୍ଷା ହୋଇପାରେ । ସେହିପରି ଅନ୍ୟ ୭ ଜିଲ୍ଲାରେ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ପ୍ରବଳ ବର୍ଷା ସହ ବଜ୍ରପାତ ନେଇ ଚେତାବନୀ ଦେଇଛି ପାଣିପାଗ ବିଭାଗ ।