34.1 C
Bhubaneswar
Wednesday, May 1, 2024
Homeଦେଶ ବିଦେଶଦୁବାଇରେ ପ୍ରବଳ ବର୍ଷା‌ ; ବନ୍ୟା ପରିସ୍ଥିତି ସୃଷ୍ଟି

ଦୁବାଇରେ ପ୍ରବଳ ବର୍ଷା‌ ; ବନ୍ୟା ପରିସ୍ଥିତି ସୃଷ୍ଟି

ଦୁବାଇ : ଦୁବାଇର ବିଭିନ୍ନ ଜାଗାରେ ପାଣି ଜମି ରହିବା ଫଳରେ ବନ୍ୟା ପରିସ୍ଥିତି ଦେଖାଦେଇଛି । ଚାରିଆଡ଼େ ପାଣି ହୋଇଥିବା କାରଣରୁ କାରଗୁଡ଼ିକ ପାଣିରେ ବୁଡ଼ି ଯାଇଥିବା‌ ଦେଖିବାକୁ ମିଳିଛି । ୟୁନାଇଟେଡ୍ ଆରବ ଏମିରେଟ୍ସ ବା ୟୁଏଇର ଏହି ସହର କଥା ଆସିଲେ ମରୁଭୂମିର କଥା ଆସିଯାଏ । ହେଲେ ଏଠାରେ ବି ଦେଖାଦେଇଛି ବନ୍ୟା ପରିସ୍ଥିତି, ଯାହାକି ନିହାତି ଭାବେ ଏକ ଆଶ୍ଚର‌୍ୟ୍ୟଜନକ କଥା। ଦୁବାଇ ବିମାନବନ୍ଦରର ଚଳାଚଳକୁ ମଧ୍ୟ କିଛି ସମୟ ପାଇଁ ବନ୍ଦ୍ କରିଦିଆଯାଇଥିଲା । ଗୋଟିଏ ଦିନରେ ଏଠାରେ ୧୨୦ ମିଲିମିଟର ବର୍ଷା ହୋଇଛି ।
ଗୁରୁତ୍ୱପୂର୍ଣ୍ଣ କଥା ହେଲା, ଏଠାରେ ଗୋଟିଏ ବର୍ଷରେ ହାରାହାରି ଏତିକି ବର୍ଷା ହିଁ ହୋଇଥାଏ, ଯାହାକି ଦିନକରେ ହୋଇଯାଇଛି। । ୟୁଏଇରେ ସ୍କୁଲ ଗୁଡ଼ିକ ବନ୍ଦ ରହିଛି । ସରକାରୀ କର୍ମଚାରୀମାରେ ପ୍ରାୟତଃ ଏବେ ଘରୁ କାମ କରୁଛନ୍ତି । ତେବେ ରାସ୍ତାରେ ବନ୍ୟା ଜଳ ନିଷ୍କାସନ ପାଇଁ ଜୋରଦାର ପ୍ରୟାସ ଜାରି ରହିଛି । ପମ୍ପ ଓ ଟ୍ୟାଙ୍କର ଟ୍ରକ୍ ଯୋଗୁଁ ଜଳ ନିଷ୍କାସନ ପାଇଁ ଚେଷ୍ଟା କରାଯାଉଛି । ପଡ଼ୋଶୀ ଦେଶ ଓମାନରେ ମଧ୍ୟ ପ୍ରବଳ ବର୍ଷା ଯୋଗୁଁ ଗତ କିଛି ଦିନରେ ୧୮ ଜଣଙ୍କର ମୃତ୍ୟୁ ହୋଇଥିବାର ଖବର ମିଳିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking