ଭୁବନେଶ୍ୱର: ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର । ୪ଯାଏଁ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି । ଅତି ପ୍ରବଳ ବର୍ଷା ପାଇଁ ଆସନ୍ତାକାଲି ୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ସୁନ୍ଦରଗଡ, ଝାରସୁଗୁଡା ଓ ସମ୍ବଲପୁର ଜିଲ୍ଲାକୁ ଅରେଞେ ୱାର୍ଣ୍ଣିଂ ଜାରି କରାଯାଇଛି । ପ୍ରବଳ ବର୍ଷା ନେଇ ଆସନ୍ତାକାଲି ପାଇଁ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ମୟୂରଭଞ୍ଜ, କେନ୍ଦୁଝର, ବରଗଡ, ସୁବର୍ଣ୍ଣପୁର, ଅନୁଗୁଳ ଓ ଦେବଗଡକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।