32.1 C
Bhubaneswar
Sunday, July 20, 2025
Homeଓଡିଶାଆଜି ପଶ୍ଚିମ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

ଆଜି ପଶ୍ଚିମ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଲଘୁଚାପ ପ୍ରଭାବରେ ରାଜ୍ୟରେ ଲାଗି ରହିଛି ପ୍ରବଳ ବର୍ଷା । ଆଜି ପଶ୍ଚିମ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏ ନେଇ ୭ଟି ଜିଲ୍ଲାକୁ ଜାରି ହୋଇଛି ଅରେଞ୍ଜ ୱାର୍ଣ୍ଣିଂ। ନୂଆପଡ଼ା, ବଲାଙ୍ଗିର, ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ଦେବଗଡ଼ ଏବଂ ସୁନ୍ଦରଗଡ଼ ଜିଲ୍ଲାକୁ ଜାରି ହୋଇଛି ଅରେଞ୍ଜ ୱାର୍ଣ୍ଣିଂ। ଏସବୁ ଜିଲ୍ଲାରେ ୧୨ରୁ ୨୦ ସେଣ୍ଟି ମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେହିପରି ପ୍ରବଳ ବର୍ଷା ନେଇ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂଜାରି ହୋଇଛି ।

ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, କନ୍ଧମାଳ, ବୌଦ୍ଧ, ସୋନପୁର, ଅନୁଗୁଳ, କେନ୍ଦୁଝର ଏବଂ ମୟୂରଭଂଜ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟି ମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ । ଆସନ୍ତାକାଲି ବର୍ଷାର ପରିମାଣ ସାମାନ୍ୟ କମିବ। ଅଧିକାଂଶ ସ୍ଥାନରେ ସାମାନ୍ୟ ବର୍ଷାର ସମ୍ଭାବନା ଥିବା ବେଳେ ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ଥିବା ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking