ରାଞ୍ଚି : ହେମନ୍ତ ସୋରେନଙ୍କୁ ଜାମିନ ପ୍ରଦାନ କରିଛନ୍ତି ଝାଡଖଣ୍ଡ ହାଇକୋର୍ଟ । ଜମି ଦୁର୍ନୀତି ମାମଲାରେ ଜାନୁଆରୀରେ ଗିରଫ ହୋଇଥିବା ପୂର୍ବତନ ଝାରଖଣ୍ଡର ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କୁ ହାଇକୋର୍ଟ ଜାମିନ ପ୍ରଦାନ କରିଛନ୍ତି। ନବମ ଥର ସମନ ପରେ ୩୧ ଜାନୁଆରୀରେ ଇଡ଼ି ତାଙ୍କୁ ଗିରଫ କରିଥିଲା । ଏହାପରେ ଜେଲରେ ରହିଥିଲେ ହେମନ୍ତ । ଜଲରେ ରହିବା ଭିତରେ କିଛି ଦିନ ପାଇଁ ଜାମିନରେ ବାହାରକୁ ଆସି ପୁଣି ଜେଲ ଯାଇଥିଲେ । ଗତ ୫ମାସ ହେବ ଜେଲରେ ରହିଥିଲେ ହେମନ୍ତ ସୋରେନ । ଶ୍ରୀ ସୋରେନ୍ ରାଞ୍ଚିରେ ବେଆଇନ ଭାବେ ୮.୮୬ ଏକର ଜମି ଅଧିଗ୍ରହଣ କରିଥିବା ଅଭିଯୋଗ ହୋଇଛି।