40.1 C
Bhubaneswar
Wednesday, April 24, 2024
Homeଓଡିଶାଆସିଲା ମାର୍ଚ୍ଚମାସର କୋଭିଡ୍ ଗାଇଡ୍‌ଲାଇନ

ଆସିଲା ମାର୍ଚ୍ଚମାସର କୋଭିଡ୍ ଗାଇଡ୍‌ଲାଇନ

ଭୁବନେଶ୍ୱର:ରାଜ୍ୟ ସରକାର ମାର୍ଚ୍ଚ ମାସ ପାଇଁ କୋଭିଡ୍ ଗାଇଡଲାଇନ୍ ଜାରି କରିଛନ୍ତି। ମାର୍ଚ୍ଚ ମାସରେ ମହାଶିବରାତ୍ରି, ଦୋଳ ପୂର୍ଣ୍ଣିମା ଓ ହୋଲି ନେଇ ସରକାର ପରାମର୍ଶ ଜାରି କରିଛନ୍ତି। ଗତବର୍ଷ ଭଳି ଚଳିତ ଥର ମଧ୍ୟ ସର୍ବସାଧାରଣସ୍ଥଳରେ ଲୋକେ ହୋଲି ଖେଳିପାରିବେ ନାହିଁ। ସରକାର ସର୍ବସାଧାରଣସ୍ଥଳରେ ହୋଲି ଖେଳିବା ଉପରେ କଟକଣା ଜାରି କରିଛନ୍ତି । ଲୋକେ ନିଜ ପରିବାର ଲୋକଙ୍କ ସହିତ ଘର ଭିତରେ ହୋଲି ଖେଳିପାରିବେ। ସ୍ଥାନୀୟ ପରିସ୍ଥିତିକୁ ଦୃଷ୍ଟିରେ ରଖି ଜିଲ୍ଲାପାଳ ଓ ମ୍ୟୁନିସିପାଲ କମିସନର କଟକଣା ଲଗାଇ ପାରିବେ ରାଜ୍ୟ ସରକାରଙ୍କର ଗାଇଡଲାଇନ୍ ଅନୁସାରେ ୨୦୨୨ ମାର୍ଚ୍ଚ ୧ ତାରିଖ ସକାଳ ୫ଟାରୁ ୩୧ ତାରିଖ ସକାଳ ୫ଟା ପର‌୍ୟ୍ୟନ୍ତ ରାତ୍ରିକାଳୀନ କର୍ଫ୍ୟୁ କଟକଣା ଉଠାଇ ଦିଆଯାଇଛି। କିନ୍ତୁ ଅନ୍‌ଲକ୍ ସମୟରେ ସମସ୍ତ କାର‌୍ୟ୍ୟକ୍ରମ କୋଭିଡ-୧୯ କଟକଣା ସହିତ କରାଯିବ। ସାମାଜିକ, ଧାର୍ମିକ, ରାଜନୈତିକ ଓ କ୍ରୀଡ଼ା ସମାବେଶରେ କରୋନା କଟକଣା ନିୟମ ମାନିବାକୁ ହେବ।ସେହିପରି ପ୍ରଦର୍ଶନୀ, ବାଣିଜ୍ୟ ମେଳା, ଏକ୍ସପୋ ମଧ୍ୟ କୋଭିଡ କଟକଣା ଅନୁସାରେ ହେବ। ନିର୍ବାଚନ କମିସନଙ୍କ ଘୋଷଣା ଅନୁସାରେ ନିର୍ବାଚନ ରାଲି ହେବ। ସେହିଭଳି ବିବାହ, ବ୍ରତ ଓ ଅନ୍ୟ ସାମାଜିକ କାର‌୍ୟ୍ୟକ୍ରମରେ   ସର୍ବାଧିକ ୫୦୦ ଜଣଙ୍କୁ ଅନୁମତି ମିଳିବ। ଅନ୍ତ୍ୟେଷ୍ଟିକ୍ରିୟାରେ ୨୫୦ ଲୋକ ସାମିଲ ହୋଇପାରିବେ। ବିବାହ ଶୋଭାଯାତ୍ରାରେ ସର୍ବାଧିକ ୧୦୦ ଜଣ ଯୋଗଦେଇପାରିବେ ବୋଲି ସ୍ବତନ୍ତ୍ର ରିଲିଫ୍ କମିସନରଙ୍କ ପକ୍ଷରୁ ଜାରି ମାର୍ଗଦର୍ଶିକାରେ ପ୍ରକାଶ ପାଇଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking