33.1 C
Bhubaneswar
Monday, March 30, 2026
Homeଓଡିଶାଶ୍ରୀମନ୍ଦିର ଭିତରେ ହିଡେନ୍ କ୍ୟାମେରା

ଶ୍ରୀମନ୍ଦିର ଭିତରେ ହିଡେନ୍ କ୍ୟାମେରା

ପୁରୀ: ଶ୍ରୀମନ୍ଦିର ଭିତରେ ହିଡେନ୍ କ୍ୟାମେରା । କ୍ୟାମେରା ଥିବା ଚଷମା ପିନ୍ଧି ଶ୍ରୀମନ୍ଦିର ଭିତରେ ପ୍ରବେଶ କରିଥିଲେ ପୁରୀ ଗଜପତି ନଗରର ଯୁବକ। ଧରା ପଡିବା ପରେ କାଗଜ ପତ୍ରରେ ଲେଖାପଢ଼ା କରି ଯୁବକକୁ ଛାଡ଼ି ଦେଇଛି ସିଂହଦ୍ବାର ପୁଲିସ।  ଚଷମାରେ ଲାଗିଥିବା ଲେନ୍ସରୁ ଫୋଟୋ ଭିଡିଓ ଗୁଡ଼ିକ ସିଧାସଳଖ ମୋବାଇଲ୍‌କୁ ଯାଉଥିଲା । ବେହରଣ ଦ୍ଵାର ନିକଟରେ ସନ୍ଦେହ ହେବାରୁ ଯୁବକକୁ ପୁଲିସ ଧରିଥିଲା । ଯୁବକକୁ ଧରିବା ସହ ପଚରାଉଚୁରା କରିବା ପରେ ଛାଡିଦେଇଛି ପୁଲିସ । ସେହିପରି ଏଏସ୍‌ଆଇ ସୋସିଆଲ ମିଡିଆ ଏକ୍ସ ଆକାଉଣ୍ଟରେ ମଧ୍ୟ ଶ୍ରୀମନ୍ଦିର ଓ ରତ୍ନଭଣ୍ଡାର ଫଟୋ କିଛି ସମୟ ପାଇଁ ପୋଷ୍ଟ ହୋଇଥିଲା । ରତ୍ନଭଣ୍ଡାର ମରାମତି କାମରେ ନିୟୋଜିତ ଥିବାବେଳେ ଏଏସଆଇର ଏକ୍ସ ଆକାଉଣ୍ଟରେ ଶ୍ରୀମନ୍ଦିର ଭିତର ଫଟୋ ପୋଷ୍ଟ ହେବାକୁ ନେଇ ମଧ୍ୟ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking