ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବିରେ ପଶ୍ଚିମ ଓଡ଼ିଶା ବନ୍ଦ

ଭୁବନେଶ୍ୱର : ପଶ୍ଚିମ ଓଡ଼ିଶାରେ ହାଇକୋର୍ଟର ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବିରେ ଆଜି  ୧୨ ଘଣ୍ଟିଆ ବନ୍ଦ ପାଳନ ଆରମ୍ଭ ହୋଇଯାଇଛି । ସକାଳ ୬ରୁ ସନ୍ଧ୍ୟା ୬ଟା ଯାଏଁ ଜାରି ରହିବ ବନ୍ଦ ।  ସମ୍ବଲପୁର, ବରଗଡ଼, ଦେବଗଡ଼, ଝାରସୁଗୁଡ଼ା, ବଲାଙ୍ଗୀର, ସୁବର୍ଣ୍ଣପୁର, ବୌଦ୍ଧ, କଳାହାଣ୍ଡି ଓ ନୂଆପଡ଼ା ସହରରେ ଆଜି ସମସ୍ତ ଦୋକାନ-ବଜାର, କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ସମସ୍ତ କାର୍ଯ୍ୟାଳୟ, ଶିକ୍ଷାନୁଷ୍ଠାନ ଆଦିକୁ ବନ୍ଦ ରଖାଯାଇଛି । ପଶ୍ଚିମ ଓଡ଼ିଶାର ସମସ୍ତ ବାର ଆସୋସିଏଶନ ପକ୍ଷରୁ ବନ୍ଦ ଡାକରା ଦିଆଯାଇଛି । ଆଜି ସକାଳୁ ସମ୍ବଲପୁର ସହରର କ୍ଷେତରାଜପୁର ରେଳ ଷ୍ଟେସନରେ ଆନ୍ଦୋଳନକାରୀମାନେ ରେଳ ରୋକ କରିଛନ୍ତି । ଯାତ୍ରୀମାନେ ନାହିଁ ନଥିବାର ଅସୁବିଧାର ସମୁଖିନ୍ନ ହେଉଥିବାର ଦେଖିବାକୁ ମିଳିଥିଲା | ସେହିପରି ବେଙ୍ଗାଲୁରୁ-ହଟିଆ ଏକ୍ସପ୍ରେସ ଟ୍ରେନ ମଧ୍ୟ ଅଟକିଛି ।
ଆନ୍ଦୋଳନକାରୀମାନେ ବଲାଙ୍ଗୀର, ସୋନପୁର, ସମ୍ବଲପୁର, ଦେବଗଡ଼ ଆଦି ସହରରେ ପିକେଟିଂ କରୁଥିବା ଜଣାପଡ଼ିଛି ।