ଡିଜିପିଙ୍କୁ ବ୍ୟକ୍ତିଗତ ହାଜର ନିର୍ଦ୍ଦେଶ

ଭୁବନେଶ୍ୱର: ଭୁବନେଶ୍ୱର ନାବାଳିକା ଗଣଦୁଷ୍କର୍ମ ମାମଲାରେ ତଦନ୍ତର ଷ୍ଟାଟସ ରିପୋର୍ଟକୁ ନେଇ ବିରକ୍ତି ପ୍ରକାଶ କରିଛନ୍ତି ମାନ୍ୟବର ହାଇକୋର୍ଟ । ପୋଲିସ ମହାନିର୍ଦ୍ଦେଶକଙ୍କୁ ବ୍ୟକ୍ତିଗତ ଭାବରେ ହାଜର ହେବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ବ୍ୟକ୍ତିଗତ ହାଜର ସହ ତଦନ୍ତର ଅଗ୍ରଗତି ନେଇ ସତ୍ୟପାଠ ଦାଖଲ କରିବାକୁ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି । ମାମଲାର ପରବର୍ତ୍ତୀ ଶୁଣାଣି ୧୮ ତାରିଖରେ ହାଜର ପାଇଁ ନିର୍ଦ୍ଦେଶ ରହିଛି । ଭାରତୀୟ ବିକାଶ ପରିଷଦର ଓକିଲ ଗୋପାଳ ପ୍ରସାଦ ଜେନା ଏନେଇ ଆଜି ସୂଚନା ପ୍ରଦାନ କରିଛନ୍ତି । ଆଜି ମାମଲାର ଶୁଣାଣି ସମୟର ତଦନ୍ତର ଅଗ୍ରଗତି ନେଇ କ୍ରାଇମବ୍ରାଞ୍ଚ ପକ୍ଷରୁ ରିପୋର୍ଟ ଉପସ୍ଥାପନ କରାଯାଇଥିଲା। ସୂଚନାଯୋଗ୍ୟ , ଅକ୍ଟୋବର ୧୪ରେ ହାଇକୋର୍ଟ ମାମଲାର ଶୁଣାଣି କରି ପୀଡ଼ିତାଙ୍କ ପରିବାରକୁ ସୁରକ୍ଷା ପ୍ରଦାନ ପାଇଁ ସରକାରଙ୍କୁ ନିର୍ଦେଶ ଦେଇଥିଲେ। ମୁଖ୍ୟ ବିଚାରପତି ଜଷ୍ଟିସ ମହମ୍ମଦ ରଫିକ ଓ ଡକ୍ଟର ଜଷ୍ଟିସ ବି.ଆର୍.ଷଡ଼ଙ୍ଗୀଙ୍କୁ ନେଇ ଗଠିତ ଖଣ୍ଡପୀଠ ଏ ସମ୍ପର୍କୀୟ ଜନସ୍ବାର୍ଥ ମାମଲାର ଶୁଣାଣି କରି ଏପରି ନିର୍ଦେଶ ଦେଇଛନ୍ତି।

LEAVE A REPLY

Please enter your comment!
Please enter your name here