34.1 C
Bhubaneswar
Friday, March 29, 2024
Homeବ୍ରେକୀଙ୍ଗକୃଷି ମନ୍ତ୍ରୀ ଅରୁଣ ସାହୁ କରୋନା ସଂକ୍ରମିତ

କୃଷି ମନ୍ତ୍ରୀ ଅରୁଣ ସାହୁ କରୋନା ସଂକ୍ରମିତ

ଭୁବନେଶ୍ୱର : ରାଜ୍ୟରେ କରୋନା ସଂକ୍ରମଣଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ବିଧାୟକ ଠାରୁ ଆରମ୍ଭ କରି ମନ୍ତ୍ରୀ କରୋନାରେ ସଂକ୍ରମିତ ହେଉଛନ୍ତି । ଏହାରି ମଧ୍ୟରେ ରାଜ୍ୟ କୃଷି ମନ୍ତ୍ରୀ ତଥା ନୟାଗଡ଼ ବିଧାୟକ ଅରୁଣ ସାହୁ କରୋନାରେ ଆକ୍ରାନ୍ତ ହୋଇଛନ୍ତି । କରୋନାରେ ଆକ୍ରାନ୍ତ ହୋଇଥିବା ନେଇ ସେ ନିଜେ ଟ୍ୱିଟ କରି ସୂଚନା ଦେଇଛନ୍ତି । ଏହାସହ ସେ ହୋମ ଆଇସୋଲେସନରେ ରହିବା ସହ ସୁସ୍ଥ ଅଛନ୍ତି । ଗତ କିଛି ଦିନ ମଧ୍ୟରେ ତାଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିମାନେ ସଙ୍ଗରୋଧରେ ରହିବା ସହ ତୁରନ୍ତ ନିଜର କରୋନା ଟେଷ୍ଟ କରାଇ ନେବାକୁ ଅରୁଣ ସାହୁ ଅନୁରୋଧ କରିଛନ୍ତ ।

ସୂଚନା ଯୋଗ୍ୟ ରାଜ୍ୟରେ ଏବେ କରୋନା ସଂକ୍ରାମିତଙ୍କ ସଂଖ୍ୟା ବଢି ବଢି ଚାଲିଛି ।  ଆଜି ୩୦ ଜିଲ୍ଲାରୁ ଆଉ ନୂଆ ୨୬୦୨ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୧୫୬୧ ଜଣ ସଙ୍ଗରୋଧ କେନ୍ଦ୍ରରୁ ଓ ଅନ୍ୟ ୧୦୪୧ଜଣ ସ୍ଥାନୀୟ ସଂକ୍ରମଣ ବୋଲି ଜଣାପଡ଼ିଛି । ଆଜି ଚିହ୍ନଟ ହୋଇଥିବା  ଆକ୍ରାନ୍ତ‌କୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧,୦୩,୫୩୬କୁ ବୃଦ୍ଧି ପାଇଛି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୪ଜଣ, ବାଲେଶ୍ୱର ଜିଲ୍ଲାରୁ ୧୦୩ଜଣ, ବରଗଡ ଜିଲ୍ଲାରୁ ୮୨ଜଣ, ଭଦ୍ରକ ଜିଲ୍ଲାରୁ ୪୭ଜଣ, ବଲାଙ୍ଗୀର ଜିଲ୍ଲାରୁ ୪୨ଜଣ, ବୌଦ୍ଧ ଜିଲ୍ଲାରୁ ୯ଜଣ, କଟକ ଜିଲ୍ଲାରୁ ୨୩୬ଜଣ, ଦେଓଗଡ଼ ଜିଲ୍ଲାରୁ ୩ଜଣ, ଢେଙ୍କାନାଳ ଜିଲ୍ଲାରୁ ୬୭ଜଣ, ଗଜପତି ଜିଲ୍ଲାରୁ ୭ଜଣ, ଗଞ୍ଜାମ ଜିଲ୍ଲାରୁ ୧୯୦ଜଣ, ଜଗତସିଂହପୁର ଜିଲ୍ଲାରୁ ୮୨ଜଣ, ଯାଜପୁର ଜିଲ୍ଲାରୁ ୧୦୩ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୮୫ଜଣ, କଳାହାଣ୍ଡି ଜିଲ୍ଲା ୬୩ଜଣ, କନ୍ଧମାଳ ଜିଲ୍ଲାରୁ ୧୭ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୨୮ଜଣ, କେନ୍ଦୁଝର ଜିଲ୍ଲାରୁ ୮୬ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୬୧୬ଜଣ, କୋରାପୁଟ ଜିଲ୍ଲାରୁ ୧୨୬ଜଣ, ମାଲକାନଗିରି ଜିଲ୍ଲାରୁ ୮୦ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୭୨ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୮ଜଣ, ନୟାଗଡ଼ ଜିଲ୍ଲାରୁ ୯୧ଜଣ, ନୂଆପଡ଼ା ଜିଲ୍ଲାରୁ ୧୬ଜଣ, ପୁରୀ ଜିଲ୍ଲାରୁ ୪୬ଜଣ, ରାୟଗଡ଼ା ଜିଲ୍ଲାରୁ ୫୪ଜଣ, ସମ୍ବଲପୁର ଜିଲ୍ଲାରୁ ୭୮ଜଣ, ସୋନପୁର ଜିଲ୍ଲାରୁ ୨୧ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୯ଜଣ ରହିଛନ୍ତି ।

ଏବେ ସୁଦ୍ଧା ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧,୦୩,୫୩୬ ରହିଛି । ସେଥିମଧ୍ୟରୁ ୭୩୨୩୩ ଜଣ ସୁସ୍ଥ ହୋଇଛନ୍ତି ।୪୯୨ ସଂକ୍ରମିତଙ୍କର କରୋନାରେ ମୃତ୍ୟୁ ହୋଇଥିବା ବେଳେ ୫୩ଜଣ କରୋନା ଥାଇ ଅନ୍ୟ ରୋଗରେ ମୃତ୍ୟୁବରଣ କରିଛନ୍ତି । ୨୯୭୫୮ ଜଣ ବିଭିନ୍ନ କୋଭିଡ଼ ଡ଼ାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking