27.1 C
Bhubaneswar
Saturday, July 27, 2024
Homeଓଡିଶାଓଡ଼ିଶା ଆସୁଛନ୍ତି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଓଡ଼ିଶା ଆସୁଛନ୍ତି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ବ୍ରହ୍ମପୁର : ଓଡ଼ିଶା ଆସୁଛନ୍ତି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ଯୋଗ ଦେବେ । ଏ ନେଇ ରାଷ୍ଟ୍ରପତି ଭବନରୁ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟକୁ ଚିଠି ଆସିବା ପରେ ରାଷ୍ଟ୍ରପତିଙ୍କ କାର୍ୟ୍ୟକ୍ରମ ନେଇ ଏକପ୍ରକାର ସ୍ପଷ୍ଟ ସୂଚନା ମିଳିଛି । ମାର୍ଚ୍ଚ ୧ ତାରିଖ ଦିନ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ୨୫ତମ ସମାବର୍ତ୍ତନ ଉତ୍ସବ ଅନୁଷ୍ଠିତ ହେବାରୁ ଯାଉଛି । ଏହି କାର୍ୟ୍ୟକ୍ରମରେ ମୁଖ୍ୟଅତିଥି ଭାବରେ ଯୋଗ ଦେବାକୁ ଯାଉଛନ୍ତି ଭାରତର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ।ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ଇତିହାସରେ ପ୍ରଥମ ଥର ପାଇଁ ୧୯୭୨ ମସିହାରେ ତତ୍କାଳୀନ ଦେଶର ଚତୁର୍ଥ ରାଷ୍ଟ୍ରପତି ଭି.ଭି ଗିରି ବ୍ରହ୍ମପୁର ବିଶ୍ୱବିଦ୍ୟାଳୟକୁ ଆସିଥିବବେଳେ ସେତେବେଳେ ଏହା ପୁରୁତାନ କ୍ୟାମ୍ପସରେ ରହିଥିଲା । ହେଲେ ବିଶ୍ୱବିଦ୍ୟାଳୟର ନୂତନ କ୍ୟାମ୍ପାସରେ ଏହା ରାଷ୍ଟ୍ରପତିଙ୍କ ପ୍ରଥମ ଗସ୍ତ ବୋଲି କହିଛନ୍ତି ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର କୂଳପତି ପ୍ରଫେସର ଗୀତାଞ୍ଜଳୀ ଦାଶ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking